Tuesday , December 7 2021
Breaking News
Home / ତାଜା ଖବର / ଆଉ ୬୧୧୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୪୧ ଜଣ ଙ୍କ ମୃତ୍ୟୁ

ଆଉ ୬୧୧୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୪୧ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୦୭/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୧୧୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୫୩ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୨୬୬୫ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯୫ଜଣ, ବରଗଡ଼ ଜିଲ୍ଲାରୁ ୧୬୪ଜଣ, ଭଦ୍ରକ ଜିଲ୍ଲାରୁ ୨୨୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୩ଜଣ, ବୌଦ୍ଧ ଜିଲ୍ଲାରୁ ୧୧୨ଜଣ, କଟକ ଜିଲ୍ଲାରୁ ୬୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨୩ଜଣ, ଗଜପତି ଜିଲ୍ଲାରୁ ୩୦ଜଣ, ଗଞ୍ଜାମ ଜିଲ୍ଲାରୁ ୯୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧୮ଜଣ, ଯାଜପୁର ଜିଲ୍ଲାରୁ ୫୬୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୬ଜଣ, କଳାହାଣ୍ଡି ଜିଲ୍ଲାରୁ ୮୦ଜଣ, କନ୍ଧମାଳ ଜିଲ୍ଲାରୁ ୧୪୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୫୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯୫ଜଣ, କୋରାପୁଟ ଜିଲ୍ଲାରୁ ୧୮୦ଜଣ, ମାଲକାନଗିରି ଜିଲ୍ଲାରୁ ୧୦୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୫୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬୬ଜଣ, ନୟାଗଡ଼ ଜିଲ୍ଲାରୁ ୧୬୧ଜଣ, ନୂଆପଡ଼ା ଜିଲ୍ଲାରୁ ୩୬ଜଣ, ପୁରୀ ଜିଲ୍ଲାରୁ ୩୯୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୩ଜଣ, ସୋନପୁର ଜିଲ୍ଲାରୁ ୫୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୭୨ଜଣ, ଷ୍ଟେଟ୍ ପୁଲ୍ ରୁ ୧୦୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୯୨୧୪ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ଜିଲ୍ଲାରୁ ସର୍ବାଧିକ ୬ ଜଣ ରହିଥିବା ବେଳେ ସୁନ୍ଦରଗଡ଼ରୁ ୪ ଜଣ ରହିଛନ୍ତି । ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୯୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୩୯୩୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୩୫ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ଆଉ ୭୬୭୫୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୨୫୦୨୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଠାରେ ୫୯ ତମ ଗୃହରକ୍ଷୀ ଦିବସ ପାଳିତ

କଳାହାଣ୍ଡି ୦୬/୧୨/୨୦୨୧(ଓଡ଼ିଶା ସମାଚାର/ସଂଜୟ ସିଂହ)-ଆଜି କଳାହାଣ୍ଡି ଜିଲ୍ଲା ପୋଲିସ ତରଫରୁ ଗୃହରକ୍ଷୀ ଦିବସ ପାଳତ ହୋଇ ଯାଇଛି । ଏହି …

Leave a Reply

Your email address will not be published. Required fields are marked *