Sunday , September 26 2021
Breaking News
Home / ତାଜା ଖବର / ଆଉ ୫୮୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ – ୪୫ ଜଣ ଙ୍କ ମୃତ୍ୟୁ

ଆଉ ୫୮୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ – ୪୫ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୦୮/୦୬/୨୦୨୧(ଓଡ଼ିଶା ସମାଚାର/ଲିପ୍ସା ମିଶ୍ର)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୮୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୩୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୫୬୪ଜଣ ସ୍ଥାନୀୟ ବାସିନ୍ଦା । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୮୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୭୩ଜଣ, ବରଗଡ଼ ଜିଲ୍ଲାରୁ ୯୯ଜଣ, ଭଦ୍ରକ ଜିଲ୍ଲାରୁ ୩୭୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୭ଜଣ, ବୌଦ୍ଧ ଜିଲ୍ଲାରୁ ୭୩ଜଣ, କଟକ ଜିଲ୍ଲାରୁ ୩୪୯ଜଣ, ଦେଓଗଡ଼ ଜିଲ୍ଲାରୁ ୨୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୦୬ଜଣ, ଗଜପତି ଜିଲ୍ଲାରୁ ୪୪ଜଣ, ଗଞ୍ଜାମ ଜିଲ୍ଲାରୁ ୩୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩୨ଜଣ, ଯାଜପୁର ଜିଲ୍ଲାରୁ ୪୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୪ଜଣ, କଳାହାଣ୍ଡି ଜିଲ୍ଲାରୁ ୫୩ଜଣ, କନ୍ଧମାଳ ଜିଲ୍ଲାରୁ ୬୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୩୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୩୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୫୩ଜଣ, କୋରାପୁଟ ଜିଲ୍ଲାରୁ ୧୨୯ଜଣ, ମାଲକାନଗିରି ଜିଲ୍ଲାରୁ ୧୧୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୬୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭୪ଜଣ, ନୟାଗଡ଼ ଜିଲ୍ଲାରୁ ୧୭୭ଜଣ, ନୂଆପଡ଼ା ଜିଲ୍ଲାରୁ ୩୭ଜଣ, ପୁରୀ ଜିଲ୍ଲାରୁ ୨୪୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୬ଜଣ, ସମ୍ବଲପୁର ଜିଲ୍ଲାରୁ ୯୨ଜଣ, ସୋନପୁର ଜିଲ୍ଲାରୁ ୭୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୩ଜଣ, ଷ୍ଟେଟ୍ ପୁଲ୍ ରୁ ୧୪୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୨୫୧୧୦ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ସର୍ବାଧିକ ୪୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, ସୁନ୍ଦରଗଡରୁ ୪, ଗଞ୍ଜାମ, ପୁରୀରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବରଗଡ, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୯୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୩୯୩୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୮୦ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣ ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ଆଉ ୭୬୭୫୦ ଟି ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୧୨୨୫୦୨୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ମଧୁପୁର ଗ୍ରାମରେ ମଦ ମାଫିଆ ଙ୍କ ଦ୍ୱାରା ହତ୍ୟାକାଣ୍ଡ – ପୋଲିସ କବଜା ରେ ଅଭିଯୁକ୍ତ ଦମ୍ପତି

ମାହାଙ୍ଗା, ୨୪/୦୯ /୨୦୨୧(ଓଡିଶା ସମାଚାର/ ଅଭୟ ଜେନା )- ନିଶା କାରବାରକୁ କେନ୍ଦ୍ରକରି ଗାଁରେ ୨ ଗୋଷ୍ଠୀ ବିଭିନ୍ନ ସମୟରେ …

Leave a Reply

Your email address will not be published. Required fields are marked *