Thursday , December 2 2021
Breaking News
Home / ତାଜା ଖବର / ଆଉ ୬୦୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ – ୪୩ ଜଣଙ୍କ ମୃତ୍ୟୁ

ଆଉ ୬୦୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ – ୪୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୯/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୦୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୯୭ଜଣ ସଙ୍ଗରୋଧ କେନ୍ଦ୍ରରେ ଚିହ୍ନଟ ହୋଇଥିବା ବେଳେ ୨୬୨୨ଜଣ ସ୍ଥାନୀୟ ଲୋକ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮୬ଜଣ, ବରଗଡ଼ ଜିଲ୍ଲାରୁ ୧୨୨ଜଣ, ଭଦ୍ରକ ଜିଲ୍ଲାରୁ ୨୬୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୬ଜଣ, ବୌଦ୍ଧ ଜିଲ୍ଲାରୁ ୭୯ଜଣ, କଟକ ଜିଲ୍ଲାରୁ ୫୩୧ଜଣ, ଦେଓଗଡ଼ ଜିଲ୍ଲାରୁ ୨୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୯୧ଜଣ, ଗଜପତି ଜିଲ୍ଲାରୁ ୩୪ଜଣ, ଗଞ୍ଜାମ ଜିଲ୍ଲାରୁ ୭୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯୬ଜଣ, ଯାଜପୁର ଜିଲ୍ଲାରୁ ୪୦୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୧ଜଣ, କଳାହାଣ୍ଡି ଜିଲ୍ଲାରୁ ୭୦ଜଣ, କନ୍ଧମାଳ ଜିଲ୍ଲାରୁ ୭୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୨୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୯୬ଜଣ, କୋରାପୁଟ ଜିଲ୍ଲାରୁ ୧୪୨ଜଣ, ମାଲକାନଗିରି ଜିଲ୍ଲାରୁ ୮୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୩୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫୧ଜଣ, ନୟାଗଡ଼ ଜିଲ୍ଲାରୁ ୧୯୧ଜଣ, ନୂଆପଡ଼ା ଜିଲ୍ଲାରୁ ୨୩ଜଣ, ପୁରୀ ଜିଲ୍ଲାରୁ ୩୨୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୩୧ଜଣ, ସୋନପୁର ଜିଲ୍ଲାରୁ ୬୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮୩ଜଣ, ଷ୍ଟେଟ୍ ପୁଲ୍ ରୁ ୧୫୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୧୧୨୯ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫ ଜଣ ରହିଥିବା ବେଳେ ଅନୁଗୁଳ, କଟକ, ଝାରସୁଗୁଡା, ସୁନ୍ଦରଗଡରୁ ୪ ଜଣ ଲେଖାଏଁ ରହିଛନ୍ତି ।ବରଗଡ, ବଲାଙ୍ଗୀର, ବୌଦ୍ଧରୁ ୩ ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ସମ୍ବଲପୁର, ରାୟଗଡା, ନୂଆପଡା, କୋରାପୁଟ, କେନ୍ଦ୍ରାପଡା, ଢେଙ୍କାନାଳ, ବାଲେଶ୍ଵରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୧୨୩କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୩୧୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୫୬୬୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୨୩ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କର ମୃତ୍ୟୁ ହୋଇଛି । ଆଉ ୭୧୩୧୨ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୧୨୮୭୯୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

About admin

Check Also

ଭୀମସାରରେ ପୁଣି ୧୦ କରୋନା ଆକ୍ରାନ୍ତ ଚିହ୍ନଟ

ସମ୍ବଲପୁର ୩୦/୧୧/୨୦୨୧(ଓଡ଼ିଶା ସମାଚାର)- ଭୀମସାରରେ ପୁଣି ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ …

Leave a Reply

Your email address will not be published. Required fields are marked *