ଭୁବନେଶ୍ୱର,୧୦/୦୬/୨୦୨୧(ଓଡ଼ିଶା ସମାଚାର/ ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ୬,୦୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩,୪୪୬ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨,୬୫୧ଜଣ ସ୍ଥାନୀୟ ଆକ୍ରାନ୍ତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୯୨ଜଣ, ବରଗଡ଼ ଜିଲ୍ଲାରୁ ୧୦୭ଜଣ, ଭଦ୍ରକ ଜିଲ୍ଲାରୁ ୨୪୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୭ଜଣ, ବୌଦ୍ଧ ଜିଲ୍ଲାରୁ ୧୩୦ଜଣ, କଟକ ଜିଲ୍ଲାରୁ ୬୪୭ଜଣ, ଦେଓଗଡ଼ ଜିଲ୍ଲାରୁ ୨୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୩ଜଣ, ଗଜପତି ଜିଲ୍ଲାରୁ ୪୮ଜଣ, ଗଞ୍ଜାମ ଜିଲ୍ଲାରୁ ୪୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨୬ଜଣ, ଯାଜପୁର ଜିଲ୍ଲାରୁ ୪୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭୭ଜଣ, କନ୍ଧମାଳ ଜିଲ୍ଲାରୁ ୧୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୫୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୧୭ଜଣ, କୋରାପୁଟ ଜିଲ୍ଲାରୁ ୧୨୬ଜଣ, ମାଲକାନଗିରି ଜିଲ୍ଲାରୁ ୮୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪୬ଜଣ, ନୟାଗଡ଼ ଜିଲ୍ଲାରୁ ୧୨୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୭ଜଣ, ପୁରୀ ଜିଲ୍ଲାରୁ ୨୯୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୨୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୧ଜଣ, ସୋନପୁର ଜିଲ୍ଲାରୁ ୬୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦୮ଜଣ , ଷ୍ଟେଟ୍ ପୁଲ୍ ରୁ ୧୫୧ଜଣ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮,୩୭.୨୨୬ କୁ ବୃଦ୍ଧି ପାଇଛି ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ ଅନୁଗୁଳ , ବରଗଡ଼ , କଟକ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି , ସୁନ୍ଦରଗଡ଼, ପୁରୀ, ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର , ବୌଦ୍ଧ , ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଦେଓଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୧୬୭ କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮,୩୭,୨୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୬୪୬୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୧୬୭ କୁ ବୃଦ୍ଧି ପାଇଛି । ଅନ୍ୟ ୫୩ଜଣ କରୋନା ଆକ୍ରାନ୍ତ ଙ୍କର ରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୯୩୩୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ୧୨୪୫୭୬୦୬ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର