Saturday , March 25 2023
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ ନୂତନ  କରୋନା ସଂକ୍ରମିତ ଚିହ୍ନଟ – ୪୨ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ ନୂତନ  କରୋନା ସଂକ୍ରମିତ ଚିହ୍ନଟ – ୪୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୫/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)-  ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ ନୂତନ  କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୯୪୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୪୬୩ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯୬ଜଣ, ବରଗଡ଼ ଜିଲ୍ଲାରୁ ୬୬ଜଣ, ଭଦ୍ରକ ଜିଲ୍ଲାରୁ ୧୭୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୫୯ଜଣ, କଟକ ଜିଲ୍ଲାରୁ ୨୩୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୪ଜଣ, ଗଜପତି ଜିଲ୍ଲାରୁ ୫୮ଜଣ, ଗଞ୍ଜାମ ଜିଲ୍ଲାରୁ ୩୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୯ଜଣ, ଯାଜପୁର ଜିଲ୍ଲାରୁ ୩୯୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୫୪ଜଣ, କନ୍ଧମାଳ ଜିଲ୍ଲାରୁ ୫୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୩ଜଣ, କେନ୍ଦୁଝର ଜିଲ୍ଲାରୁ ୮୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦୦ଜଣ, କୋରାପୁଟ ଜିଲ୍ଲାରୁ ୬୩ଜଣ, ମାଲକାନଗିରି ଜିଲ୍ଲାରୁ ୭୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୩ଜଣ, ନୟାଗଡ଼ ଜିଲ୍ଲାରୁ ୯୭ଜଣ, ନୂଆପଡ଼ା ଜିଲ୍ଲାରୁ ୨୮ଜଣ, ପୁରୀ ଜିଲ୍ଲାରୁ ୧୪୧ଜଣ, ରାୟଗଡ଼ା ଜିଲ୍ଲାରୁ ୪୫ଜଣ, ସମ୍ବଲପୁର ଜିଲ୍ଲାରୁ ୩୮ଜଣ, ସୋନପୁର ଜିଲ୍ଲାରୁ ୨୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୮ଜଣ, ଷ୍ଟେଟ ପୁଲ୍ ରୁ ୭୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୯୫୨୬ରେ ପହଞ୍ଚିଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ କଟକ, ଝାରସୁଗୁଡା, ଖୋର୍ଦ୍ଧା ଓ ପୁରୀ ୪ ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଜଗତସିଂହପୁର, କଳାହାଣ୍ଡି, ଓ ରାୟଗଡାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, କେନ୍ଦୁଝର, ମାଲକାନଗିରି ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ଵର, ବଲାଙ୍ଗିର, ଦେବଗଡ, କେନ୍ଦ୍ରାପଡା, ନୂଆପଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୯୫୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୦୪୯୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ୩୩୮୮ଙ୍କ ଜୀବନ ଯାଇଥିବା ବେଳେ ୫୩ଜଣଙ୍କର ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଆଉ ୫୧୧୦୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୨୭୭୭୭୩୯ ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.