ଭୁବନେଶ୍ୱର,୨୦/୦୬/୨୦୨୧(ଓଡ଼ିଶା ସମାଚାର)- ଅନାଥ ପିଲାମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶୀର୍ବାଦ ଯୋଜନା ଘୋଷଣା କରିଛନ୍ତି ।
ଗତ ୨୦୨୦ ଏପ୍ରିଲ ପହିଲା ଠାରୁ ଉଭୟ ବାପା, ମାଆ ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇ ଥିବା ପିଲାମାନଙ୍କ ଶିଷା ଦୀକ୍ଷା ଭରଣପୋଷଣ ତଥା ଯତ୍ନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନୂଆ ଯୋଜନା ଘୋଷଣା କରିଛନ୍ତି । ଏହି ଯୋଜନା ପାଇଁ ଯୋଗ୍ୟ ପିଲାମାନଙ୍କୁ ତିନୋଟି ବର୍ଗରେ ବିଭକ୍ତ କରାଯାଇଛି ।
ବାପା, ମା ଉଭୟଙ୍କୁ ହରାଇ ଥିବା ପିଲା ଏବଂ ଉପାର୍ଜନକାରୀ ବାପା ବା ମାଙ୍କ ମଧ୍ୟରୁ ଜଣକୁ ହରାଇଥିବା ପିଲାଙ୍କୁ ଏହି ଯୋଜନାରେ ସହାୟତା ପ୍ରଦାନ କରାଯିବ। ସମାଜର ସ୍ଵତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ଏହି ପିଲମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ଏକ ନିରାପଦ ପରିବେଶ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଆଶୀର୍ବାଦ ଯୋଜନାରେ ଏହି ସ୍ଵତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲମାନେ ସେମାନଙ୍କ ପରିବାର ଓ ଆତ୍ମୀୟ ସ୍ଵଜନମାନଙ୍କ ଗହଣରେ ହିଁ ରହିବେ। ସେମାନଙ୍କ ଦାୟିତ୍ୱ ନେଉଥିବା ଅଭିଭାବକମାନେ ଯେପରି ଠିକ୍ ଭାବରେ ଏ ପିଲାଙ୍କ ଯତ୍ନ ନେଇପାରିବେ ସେଥିପାଇଁ ସେମାନଙ୍କୁ ଉତ୍ସାହିତ କରାଯିବ । ଏହି ଯୋଜନାରେ ବାପା ମାଆ ଉଭୟଙ୍କୁ ହରାଇ ଅସୁବିଧା ମଧ୍ୟରେ ଥିବା ପିଲାମାନଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟଙ୍କ ବ୍ୟାଙ୍କ ଖାତାରେ ପିଲାର ଭରଣପୋଷଣ ଶିକ୍ଷା ଓ ସ୍ଵାସ୍ଥ୍ୟ ପାଇଁ ମାସିକ ୨୫୦୦ଟଙ୍କା ଇଲେକ୍ଟ୍ରୋନିକାଲି ଜମା କରାଯିବ । ପିଲାଙ୍କୁ ୧୮ବର୍ଷ ହେବା ପର୍ୟନ୍ତ ଏହି ସହାୟତା ଜାରି ରହିବ। ତା ପୂର୍ବରୁ ଯଦି ପିଲାକୁ କେହି ପୋଷ୍ୟ ଭାବରେ ଗ୍ରହଣ କରେ ତେବେ ଆଉ ସହାୟତା ଦିଆଯିବ ନାହିଁ। ପିଲାର ମା ଯଦି ମଧୁବାବୁ ପେନସନ ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ତାଙ୍କ ପାଇଁ ବିଧବା ଭତ୍ତା ମଞ୍ଜୁର କରାଯିବ ।ଏହା ସହିତ ଉଭୟଙ୍କୁ ସେମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ସୁବିଧା ମଧ୍ୟ ମିଳିବ । ମାଗଣା ଶିକ୍ଷା ସ୍ଵାସ୍ଥ୍ୟ ଵୀମା ଆଦି ସମସ୍ତ ସୁବିଧା ପିଲାକୁ ମିଳିବ ।
ରାଜ୍ୟ ସରକାରଙ୍କ ସ୍ଵାସ୍ଥ୍ୟ ବୀମା ଯୋଜନା ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ପିଲାମାନେ ମାଗଣା ଚିକିତ୍ସା ସୁବିଧା ପାଇ ପାରିବେ । ଏହି ସ୍ଵତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲାମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରାଯିବ । ବାପା ମାଙ୍କ ମୃତ୍ୟୁ ପୂର୍ବରୁ ପିଲା ଯେଉଁ ସ୍କୁଲରେ ପଢୁଥିଲେ ସେହି ସ୍କୁଲରେ ପଢ଼ା ଜାରି ରଖି ପାରିବେ। ତାଙ୍କ ଦାୟିତ୍ୱ ନେଇଥିବା ଆତ୍ମୀୟ ଅନ୍ୟ ସ୍ଥାନରେ ରହୁଥିଲେ ସେଠାରେ ପିଲାର ପଢ଼ିବା ବ୍ୟବସ୍ଥା କରାଯିବ । ଯଦି ଆବଶ୍ୟକ ପଡେ ତେବେ ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ ବା ସେହି ମାନର ବିଦ୍ୟାଳୟରେ ପିଲା ପଢ଼ିବା ପାଇଁ ସାହାଯ୍ୟ ମଧ୍ୟ କରାଯିବ।
District child protection unit ,childline ତଥା ପଞ୍ଚାୟତ ସ୍ତରୀୟ କମିଟି ବ୍ଲକ କମିଟି frontline worker civil society ଜରିଆରେ ପିଲାଙ୍କୁ ଚିହ୍ନଟ କରି ତାଲିକା ପ୍ରସ୍ତୁତ କରିବେ ।
ଏହି ଯୋଜନା ପାଇଁ ଯୋଗ୍ୟ ପିଲା ବା ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟମାନେ ମଧ୍ୟ ମୃତ୍ୟୁ ପ୍ରମାଣ ପତ୍ର ସହ ଊଉଚଟଙ୍କୁ ଆବେଦନ କରିପାରିବେ ।
ଅସମୟରେ ବାପା ମା ଙ୍କୁ ହରାଇ ଥିବା ଜଣେ ବି ଅସହାୟ ଶିଶୁ ଯେପରି ଏ ଯୋଜନା ରୁ ବାଦ୍ ନ ପଡେ ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ନିୟମିତ ଭାବରେ ପ୍ରତି ବର୍ଷ special drive କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଓଡ଼ିଶା ସମାଚାର