ଭୁବନେଶ୍ୱର,୨୧/୦୬/୨୦୨୧(ଓଡ଼ିଶା ସମାଚାର/ ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୦୩୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୩୮ଜଣ ସଙ୍ଗରୋଧ କେନ୍ଦ୍ରରୁ ରୁ ଚିହ୍ନଟ ହୋଇଥିବା ବେଳେ ୧୨୯୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨୧ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯୦ଜଣ, ବରଗଡ଼ ଜିଲ୍ଲାରୁ ୩୯ଜଣ, ଭଦ୍ରକ ଜିଲ୍ଲାରୁ ୧୩୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୦ଜଣ, ବୌଦ୍ଧ ଜିଲ୍ଲାରୁ ୪୦ଜଣ, କଟକ ଜିଲ୍ଲାରୁ ୨୯୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୦ଜଣ, ଗଜପତି ଜିଲ୍ଲାରୁ ୨୫ଜଣ, ଗଞ୍ଜାମ ଜିଲ୍ଲାରୁ ୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୭ଜଣ, ଯାଜପୁର ଜିଲ୍ଲାରୁ ୨୨୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୭ଜଣ, କଳାହାଣ୍ଡି ଜିଲ୍ଲାରୁ ୩୯ଜଣ, କନ୍ଧମାଳ ଜିଲ୍ଲାରୁ ୩୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୬୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୧ଜଣ, କୋରାପୁଟ ଜିଲ୍ଲାରୁ ୬୮ଜଣ, ମାଲକାନଗିରି ଜିଲ୍ଲାରୁ ୪୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୩ଜଣ, ନୟାଗଡ଼ ଜିଲ୍ଲାରୁ ୧୪୦ଜଣ, ନୂଆପଡ଼ା ଜିଲ୍ଲାରୁ ୨୦ଜଣ, ପୁରୀ ଜିଲ୍ଲାରୁ ୧୮୦ଜଣ, ରାୟଗଡ଼ା ଜିଲ୍ଲାରୁ ୪୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୦ଜଣ, ଷ୍ଟେଟ୍ ପୁଲ୍ ରୁ ୭୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୮୦୫୩୩ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ରହିଥିବା ବେଳେ ବରଗଡ଼, କଟକରୁ ୫ ଜଣ ଲେଖାଏଁ ରହିଛନ୍ତି। ଝାରସୁଗୁଡ଼ା, ପୁରୀରୁ ୪-୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ, କୋରାପୁଟରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୮୦୫୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪୦୨୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୩୩ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି ।ଆଉ ୩୬୬୩୩ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୩୧୫୬୧୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୦୩୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ- ୪୩ ଜଣ କରୋନା ଆକ୍ରାନ୍ତ ଙ୍କ ମୃତ୍ୟୁ