Tuesday , December 7 2021
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୯୫୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୩୮ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୯୫୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୩୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୨/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୯୫୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୯୮ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୧୨୫୯ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ୨୪୭ଜଣ, ବରଗଡ଼ ଜିଲ୍ଲାରୁ ୪୧ଜଣ, ଭଦ୍ରକ ଜିଲ୍ଲାରୁ ୧୯୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୪୭ଜଣ, କଟକ ଜିଲ୍ଲାରୁ ୨୭୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୨ଜଣ, ଗଜପତି ଜିଲ୍ଲାରୁ ୨୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୩ଜଣ, ଯାଜପୁର ଜିଲ୍ଲାରୁ ୨୬୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୮ଜଣ, କନ୍ଧମାଳ ଜିଲ୍ଲାରୁ ୫୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୫୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦୮ଜଣ, କୋରାପୁଟ ଜିଲ୍ଲାରୁ ୬୦ଜଣ, ମାଲକାନଗିରି ଜିଲ୍ଲାରୁ ୫୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୫ଜଣ, ନୟାଗଡ଼ ଜିଲ୍ଲାରୁ ୧୧୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୨୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୬୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୨୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୮ଜଣ, ଷ୍ଟେଟ ପୁଲ୍ ରୁ ୭୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୮୩୪୯୦ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ ରହିଥିବା ବେଳେ ବରଗଡ଼, କଟକ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ସମ୍ବଲପୁରରୁ ୩ଜଣ ରହିଛନ୍ତି । ସେହିପରି ଜଗତସିଂହପୁର , ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କୋରାପୁଟ, କେନ୍ଦୁଝର, ଗଞ୍ଜାମ, ଢେଙ୍କାନାଳ, ଦେଓଗଡ଼, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୭୧କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୮୩୪୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪୪୮୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୭୧ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ଆଉ ୩୪୯୬୫ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୩୨୧୭୮୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଭାରିଗୋଳରେ ଅଗ୍ନୀକାଣ୍ଡ, ମହିଳା ଗୁରୁତର ଗାଈ ବାଛୁରୀ ଅର୍ଦ୍ଧ ଦଗ୍ଧ

ଗରଦପୁର,୦୫/୧୨/୨୦୨୧(ଓଡ଼ିଶା ସମାଚାର)-ଗରଦପୁର ବ୍ଲକ୍ ଅନ୍ତର୍ଗତ ବଡ଼ବେତ୍ରା ପଂଚାୟତସ୍ଥିତ ଭାରିଗୋଳ ଗ୍ରାମର ରବିନ୍ଦ୍ର ମହାନ୍ତିଙ୍କର ୨ ବଖରା ଚାଳ ଛପର ଗୁହାଳ …

Leave a Reply

Your email address will not be published. Required fields are marked *