Tuesday , December 7 2021
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୪୫୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୪୬ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୪୫୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୪୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୩/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୪୫୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୭୩ଜଣ ସଙ୍ଗରୋଧ କେନ୍ଦ୍ରରେ ଚିହ୍ନଟ ହୋଇଥିବା ବେଳେ ୧୪୮୩ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭୪ଜଣ, ବରଗଡ଼ ଜିଲ୍ଲାରୁ ୬୯ଜଣ, ଭଦ୍ରକ ଜିଲ୍ଲାରୁ ୧୯୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୮ଜଣ, ବୌଦ୍ଧ ଜିଲ୍ଲାରୁ ୨୫ଜଣ, କଟକ ଜିଲ୍ଲାରୁ ୪୮୦ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୭ଜଣ, ଗଜପତି ଜିଲ୍ଲାରୁ ୧୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୯ଜଣ, ଜଗତସିଂହପୁର ଜିଲ୍ଲାରୁ ୮୧ଜଣ, ଯାଜପୁର ଜିଲ୍ଲାରୁ ୨୬୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨୧ଜଣ, କନ୍ଧମାଳ ଜିଲ୍ଲାରୁ ୩୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୭ଜଣ, କେନ୍ଦୁଝର ଜିଲ୍ଲାରୁ ୭୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯୯ଜଣ, କୋରାପୁଟ ଜିଲ୍ଲାରୁ ୮୧ଜଣ, ମାଲକାନାଗିରି ଜିଲ୍ଲାରୁ ୮୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୨ଜଣ, ନୟାଗଡ଼ ଜିଲ୍ଲାରୁ ୧୨୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୨୮୯ଜଣ, ରାୟଗଡ଼ା ଜିଲ୍ଲାରୁ ୫୬ଜଣ, ସମ୍ବଲପୁର ଜିଲ୍ଲାରୁ ୩୯ଜଣ, ସୋନପୁର ଜିଲ୍ଲାରୁ ୪୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୦ଜଣ, ଷ୍ଟେଟ ପୁଲ୍ ରୁ ୮୪୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୮୬୯୪୬ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୬ ଜଣ କରୋନା ଆକ୍ରାନ୍ତ ଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ବରଗଡ଼, କଟକ , ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଜଗତସିଂହପୁର , ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, କଳାହାଣ୍ଡି, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କନ୍ଧମାଳ, କେନ୍ଦ୍ରାପଡ଼ା , କୋରାପୁଟ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୮୬୯୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪୮୯୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୧୭ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ ଜଣ କରୋନା ସଂଙ୍କ୍ରମିତ ଙ୍କ ମୃତ୍ୟୁ ହୋଇଛି । ଏହି ସଂଖ୍ୟା ସ୍ଥିର ରହିଛି । ଆଉ ୩୪୨୧୬ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୩୨୮୩୬୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଚିଟଫଣ୍ଡ ଠକେଇ ମାମଲାରେ ଚୈଦ୍ୱ।ର ଜେଲରେ ୩ ମାସ ରହିଵା ପରେ ଆନ୍ଧ୍ରପ୍ରଦେଶର ପୂର୍ଵତନ ବିଧାୟକଙ୍କୁ ସର୍ତ୍ତମୂଳକ ଜାମିନ

କଟକ ସଦର, ୦୭/୧୨/୨୦୨୧ (ଓଡ଼ିଶା ସମାଚାର /ଵିଷ୍ଣୁ ବେହେରା): ଚିଟଫଣ୍ଡ ଠକେଇ ଏକାଧିକ ମାମଲାରେ କ୍ରାଇମବ୍ରାଞ୍ଚ ଅପରିଧିକ ଶାଖା ପକ୍ଷରୁ …

Leave a Reply

Your email address will not be published. Required fields are marked *