Sunday , March 26 2023
Breaking News
Home / ତାଜା ଖବର / ୩୫୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ – ୪୭ ଜଣଙ୍କ ମୃତ୍ୟୁ

୩୫୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ – ୪୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୬/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୫୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୨୮ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୧୫୨୬ ଜଣ ସ୍ଥାନୀୟ ସଂଙ୍କ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭୧ଜଣ, ବରଗଡ଼ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୧୫୮, ବଲାଙ୍ଗୀର ଜିଲ୍ଲାରୁ ୩୧ଜଣ, ବୌଦ୍ଧ ଜିଲ୍ଲାରୁ ୩୩ଜଣ, କଟକ ଜିଲ୍ଲାରୁ ୫୦୧ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୬ଜଣ, ଗଜପତି ଜିଲ୍ଲାରୁ ୨୪ଜଣ, ଗଞ୍ଜାମ ଜିଲ୍ଲାରୁ ୨୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪୫ଜଣ, ଯାଜପୁର ଜିଲ୍ଲାରୁ ୨୫୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୧ଜଣ, କନ୍ଧମାଳ ଜିଲ୍ଲାରୁ ୩୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୬୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୫୧ଜଣ, କୋରାପୁଟ ଜିଲ୍ଲାରୁ ୬୯ଜଣ, ମାଲକାନାଗିରି ଜିଲ୍ଲାରୁ ୬୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୧୦୦ଜଣ, ନୂଆପଡ଼ା ଜିଲ୍ଲାରୁ ୨୦ଜଣ, ପୁରୀ ଜିଲ୍ଲାରୁ ୨୩୩ଜଣ, ରାୟଗଡ଼ା ଜିଲ୍ଲାରୁ ୬୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ୨୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୧ଜଣ, ଷ୍ଟେଟ ପୁଲ୍ ରୁ ୧୦୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୯୭୦୬୨ ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୭ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ ବରଗଡ଼, କଟକ, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଗଞ୍ଜାମ, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୪୮କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୯୭୦୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୬୦୧୪୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୩୮୪୮ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ଆଉ ୩୩୦୧୯ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୩୪୮୬୦୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.