Friday , December 3 2021
Breaking News
Home / ସ୍ୱାସ୍ଥ୍ୟ / ୩୪୦୮ ଜଣ କରୋନା ସଂକ୍ରମିତ ଚିହ୍ନଟ – ୩୯ ଜଣ ଙ୍କ ମୃତ୍ୟୁ

୩୪୦୮ ଜଣ କରୋନା ସଂକ୍ରମିତ ଚିହ୍ନଟ – ୩୯ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭/୦୬/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୪୦୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୪୩ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୧୪୬୫ ଜଣ ସ୍ଥାନୀୟ ସଂକ୍ରମିତ ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫୧ଜଣ, ବରଗଡ଼ ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୧୬୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୨୮ଜଣ, କଟକ ଜିଲ୍ଲାରୁ ୫୫୩ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୩ଜଣ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୩ଜଣ, ଯାଜପୁର ଜିଲ୍ଲାରୁ ୨୫୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୮୨ଜଣ, କୋରାପୁଟ ଜିଲ୍ଲାରୁ ୭୬ଜଣ, ମାଲକାନଗିରି ଜିଲ୍ଲାରୁ ୭୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୩ଜଣ, ନୟାଗଡ଼ ଜିଲ୍ଲାରୁ ୧୬୦ଜଣ, ନୂଆପଡା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୭୭ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୭ଜଣ, ଷ୍ଟେଟ ପୁଲ୍ରୁ ୯୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୦୪୭୦ କୁ ବୃଦ୍ଧିି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ କଟକ, ବରଗଡ଼, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ସୋନପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ପୁରୀ ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୮୭କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୦୪୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୬୦୧୪୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୩୮୮୭ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ଆଉ ୩୩୦୧୯ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୩୪୮୬୦୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଢ଼େଙ୍କାନାଳର ଏକ ଆବାସିକ କଲେଜରେ ୩୩ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ – କଣ୍ଟେନମେଣ୍ଟ ଜୋନ ଘୋଷଣା

ଢ଼େଙ୍କାନାଳ,୦୧/୧୨/୨୦୨୧(ଓଡ଼ିଶା ସମାଚାର)-ଭିମସାରରେ ୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ଼ ର ସେଣ୍ଟ ମେରି ବାଳିକା ବିଦ୍ୟାଳୟ ର …

Leave a Reply

Your email address will not be published. Required fields are marked *