Monday , December 6 2021
Breaking News
Home / ତାଜା ଖବର / ଆଉ ୩୩୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ – ୪୩ ଜଣ ଙ୍କର ମୃତ୍ୟୁ

ଆଉ ୩୩୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ – ୪୩ ଜଣ ଙ୍କର ମୃତ୍ୟୁ

ଭୁବନେଶ୍ୱର,୨୮/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୩୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୯୬ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୧୪୨୩ ଜଣ ସ୍ଥ୍ାନୀୟ ସଂଙ୍କ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୯୭ଜଣ, ବରଗଡ଼ ଜିଲ୍ଲାରୁ ୪୭ଜଣ, ଭଦ୍ରକ ଜିଲ୍ଲାରୁ ୧୬୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୫୬୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜମ, ଢେଙ୍କାନାଳ ଜିଲ୍ଲାରୁ ୬୯ଜଣ, ଗଜପତି ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୦ଜଣ, ଯାଜପୁର ଜିଲ୍ଲାରୁ ୧୯୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧ଜଣ, କନ୍ଧମାଳ ଜିଲ୍ଲାରୁ ୨୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୪ଜଣ, କେନ୍ଦୁଝର ଜିଲ୍ଲାରୁ ୬୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪୦ଜଣ, କୋରାପୁଟ ଜିଲ୍ଲାରୁ ୫୯ଜଣ, ମାଲକାନଗିରି ଜିଲ୍ଲାରୁ ୭୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୯ଜଣ, ନୟାଗଡ଼ ଜିଲ୍ଲାରୁ ୧୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୭୫ଜଣ, ରାୟଗଡ଼ା ଜିଲ୍ଲାରୁ ୪୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୯ଜଣ, ସୋନପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୬ଜଣ, ଷ୍ଟେଟ ପୁଲ୍ ରୁ ୯୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୩୭୮୯ ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ରହିଥିବା ବେଳେ ବରଗଡ଼, ନୟାଗଡ଼, ପୁରୀ ୫ ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଭଦ୍ରକ, ଗଞ୍ଜାମ, କଟକ ଜିଲ୍ଲାରୁ ୩ ଜଣ ରହିଛନ୍ତି । ସେହିପରି ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର , କେନ୍ଦୁଝର , ମୟୁରଭଞ୍ଜ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୩୭୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୬୭୪୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୩୯୩୦ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ଆଉ ୩୨୪୦୪ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୩୬୨୦୫୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ରାଜଧାନୀର ଡ଼େଲଟା ଛକ ରେ ଥିବା ଲକ୍ଷ୍ମୀନାରାୟଣ ଜୁଏଲାରୀ ରୁ କୋଟିଏ ଟଙ୍କାର ସୁନା ଗହଣା ଓ ନଗଦ ଟଙ୍କା ଲୁଟ ଅଭିଯୋଗ

ଭୁବନେଶ୍ୱର,୦୫/୧୨/୨୦୨୧ (ଓଡ଼ିଶା ସମାଚାର)-ଗତକାଲି ବିଳମ୍ବିତ ରାତିରେ ରାଜଧାନୀର ଡ଼େଲଟା ଛକ ରେ ଥିବା ଲକ୍ଷ୍ମୀନାରାୟଣ ଜୁଏଲାରୀ ର ଗ୍ରୀଲ ଓ …

Leave a Reply

Your email address will not be published. Required fields are marked *