ଭୁବନେଶ୍ୱର,୩୦/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୩୭୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୨୨ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୧୪୪୯ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫୮ଜଣ, ବରଗଡ଼ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୧୭୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୪୬୮ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୮ଜଣ, ଗଜପତି ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ୨୧ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୫ଜଣ, ଯାଜପୁର ଜିଲ୍ଲାରୁ ୨୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୨୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୩୦ଜଣ, କୋରାପୁଟ ଜିଲ୍ଲାରୁ ୫୨ଜଣ, ମାଲକାନାଗିରି ଜିଲ୍ଲାରୁ ୮୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪ଜଣ, ନୟାଗଡ଼ ଜିଲ୍ଲାରୁ ୧୩୫ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୯୩ଜଣ, ରାୟଗଡ଼ା ଜିଲ୍ଲାରୁ ୫୯ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨ଜଣ, ଷ୍ଟେଟ ପୁଲ୍ ରୁ ୯୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୯୮୦୦ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ, କଟକ ଓ ନୟାଗଡ଼ରୁ ୫ ଜଣ, ଗଞ୍ଜାମ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ବରଗଡ଼, ବୌଦ୍ଧ ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ଵର, ଭଦ୍ରକ ଓ ଝାରସୁଗୁଡାରୁ ୨ ଜଣ ଲେଖାଏଁ ଏବଂ ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୧୮କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୯୮୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୭୪୩୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୧୮ରେ ପହଞ୍ଚିଥିବା ବେଳେ ଅନ୍ୟରୋଗରେ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ଆଉ ୩୧୪୨୨ ଜଣ ସକ୍ରୀୟ ଆକ୍ରାନ୍ତ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୩୭୫୯୮୭୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର