ଭୁବନେଶ୍ୱର,୦୪/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୫୨ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୨୧୮ ଜଣ ଲୋକାଲ୍ କେସ୍ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୪୦ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୧୨୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୯ଜଣ, ବୌଦ୍ଧ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୪୪୦ଜଣ, ଦେବଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୫ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୨ଜଣ, ଯାଜପୁର ଜିଲ୍ଲାରୁ ୧୯୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫୭ଜଣ, କେନ୍ଦୁଝର ଜିଲ୍ଲାରୁ ୬୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୪ଜଣ, କୋରାପୁଟ ଜିଲ୍ଲାରୁ ୬୦ଜଣ, ମାଲକାନଗିରି ଜିଲ୍ଲାରୁ ୫୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୫ଜଣ, ନୟାଗଡ଼ ଜିଲ୍ଲାରୁ ୧୦୫ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୬୫ଜଣ, ରାୟଗଡ଼ା ଜିଲ୍ଲାରୁ ୫୦ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୭ଜଣ, ଷ୍ଟେଟ ପୁଲ୍ ରୁ ୬୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୧୮୯୬ ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ରହିଥିବା ବେଳେ ବରଗଡ଼ ୫ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଅନୁଗୁଳ, ଗଞ୍ଜାମ, ଝାରସୁଗୁଡ଼ା,ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, ନୟାଗଡ଼, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୯୬କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୧୮୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୮୭୪୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୧୯୬ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ୩୦୨୨୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୪୦୫୦୭୭୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର