Friday , September 29 2023
Breaking News
Home / ତାଜା ଖବର / ୨୮୦୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୫୨ ଜଣ ଙ୍କ ମୃତ୍ୟୁ

୨୮୦୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୫୨ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୦୫/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୮୦୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯୭ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୧୨୦୬ ଜଣ ସ୍ଥାନୀୟ ସଂଙ୍କ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୫ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୧୩୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୪୪୧ଜଣ, ଦେୋଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୭ଜଣ, ଗଜପତି ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୭ଜଣ, ଯାଜପୁର ଜିଲ୍ଲାରୁ ୧୫୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫ଜଣ, କନ୍ଧମାଳ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୬୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୭୫ଜଣ, କୋରାପୁଟ ଜିଲ୍ଲାରୁ ୬୫ଜଣ, ମାଲକାନଗିରି ଜିଲ୍ଲାରୁ ୫୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୧୧୫ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୫୪ଜଣ, ରାୟଗଡ଼ା ଜିଲ୍ଲାରୁ ୫୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୨ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ, ଷ୍ଟେଟ ପୁଲ୍ ରୁ ୯୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୪୬୯୯ରେ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ, ବରଗଡ, ଗଞ୍ଜାମ, କଳାହାଣ୍ଡି, ପୁରୀ, ସୁନ୍ଦରଗଡରୁ ୫ ଲେଖାଏଁ, କେନ୍ଦ୍ରାପଡାରୁ ୪ଜଣ, କଟକ, କନ୍ଧମାଳ, ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଝାରସୁଗୁଡା, କେନ୍ଦୁଝର, ନୟାଗଡ, ନୂଆପଡା, ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୪୮କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୪୬୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୯୦୭୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୪୮ରେ ପହଞ୍ଚିଥିବା ବେଳେ କରୋନା ଆକ୍ରାନ୍ତ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ଆଉ ୨୯୬୨୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୪୧୨୫୫୧୧ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *