Tuesday , October 3 2023
Breaking News
Home / ତାଜା ଖବର / ୨୪୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ – ୫୧ଜଣ ଙ୍କ ମୃତ୍ୟୁ

୨୪୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ – ୫୧ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୦୬/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)-  ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୪୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୨୮ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୧୦୫୯ ଜଣ ସ୍ଥାନୀୟ ସଂଙ୍କ୍ରମିତ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୭ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୧୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୪୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୯ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୬ଜଣ, ଯାଜପୁର ଜିଲ୍ଲାରୁ ୨୦୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜମ, କନ୍ଧମାଳ ଜିଲ୍ଲାରୁ ୨୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୭ଜଣ, କେନ୍ଦୁଝର ଜିଲ୍ଲାରୁ ୬୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦୭ଜଣ, କୋରାପୁଟ ଜିଲ୍ଲାରୁ ୫୨ଜଣ, ମାଲକାନଗିରି ଜିଲ୍ଲାରୁ ୫୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୮୦ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୫୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୬ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮ଜଣ, ଷ୍ଟେଟ୍ ପୁଲ୍ରୁ ୭୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୭୧୮୬ କୁ ବୃଦ୍ଧି ପାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୫୧ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ, ବରଗଡ, ଢେଙ୍କାନାଳ, ମୟୂରଭଞ୍ଜରୁ ୫ ଲେଖାଏଁ, କଟକ, ଯାଜପୁର, ନୟାଗଡ, ପୁରୀ, ସୁନ୍ଦରଗଡରୁ ୩ ଲେଖାଏଁ, ଭଦ୍ରକ, ଦେବଗଡ, ଗଞ୍ଜାମ, ଜଗତସିଂହପୁରରୁ ୨ ଜଣ ଲେଖାଏଁ, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୯୯କୁ ବୃଦ୍ଧି ପାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍  ୯୨୭୧୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୯୪୧୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୯୯ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି ।  ଆଉ ୨୮୭୩୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ  ରହିଥିବା ବେଳେ ଗତକାଲି  ସୁଦ୍ଧା ରାଜ୍ୟରେ ୧୪୧୮୮୬୯୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *