Friday , December 3 2021
Breaking News
Home / ତାଜା ଖବର / ଆଉ ୨୫୪୨ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୫୭ ଜଣ ଙ୍କ ମୃତ୍ୟୁ

ଆଉ ୨୫୪୨ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୫୭ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୦୮/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୫୪୨ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୫୮ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୧୦୮୪ ଜଣ ସ୍ଥାନୀୟ ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୦ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨୧ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୧୦୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୪୨୮ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୪ଜଣ, ଗଜପତି ଜିଲ୍ଲାରୁ ୧୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୮ଜଣ, ଯାଜପୁର ଜିଲ୍ଲାରୁ ୧୩୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬୭ଜଣ, କେନ୍ଦୁଝର ଜିଲ୍ଲାରୁ ୬୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨୪ଜଣ, କୋରାପୁଟ ଜିଲ୍ଲାରୁ ୪୦ଜଣ, ମାଲକାନଗିରି ଜିଲ୍ଲାରୁ ୪୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୭୮ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୫୦ଜଣ, ରାୟଗଡ଼ା ଜିଲ୍ଲାରୁ ୩୭ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୭ଜଣ, ଷ୍ଟେଟ୍ ପୁଲ୍ ରୁ ୭୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୨୩୩୦କୁ ବୃଦ୍ଧି ପାଇଛି ।
ଅନ୍ୟପକ୍ଷରେ ଆଉ ୫୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ଜଣ ରହିଥିବା ବେଳେ ବରଗଡ଼, ଗଞ୍ଜାମ, ନୟାଗଡ଼, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କଳାହାଣ୍ଡି, କୋରାପୁଟ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ , ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, କଟକ, ଦେବଗଡ଼, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧୫କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୩୨୩୩୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୦୦୨୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୪୧୫ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ଆଉ ୨୭୫୮୦ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୪୩୩୫୮୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଢ଼େଙ୍କାନାଳର ଏକ ଆବାସିକ କଲେଜରେ ୩୩ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ – କଣ୍ଟେନମେଣ୍ଟ ଜୋନ ଘୋଷଣା

ଢ଼େଙ୍କାନାଳ,୦୧/୧୨/୨୦୨୧(ଓଡ଼ିଶା ସମାଚାର)-ଭିମସାରରେ ୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ଼ ର ସେଣ୍ଟ ମେରି ବାଳିକା ବିଦ୍ୟାଳୟ ର …

Leave a Reply

Your email address will not be published. Required fields are marked *