ଭୁବନେଶ୍ୱର,୧୧/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୨୮୨ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୧୫ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୯୬୭ ଜଣ ସ୍ଥାନୀୟ ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୧ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪୬ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୭୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୨୮୯ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୫ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୭୩ଜଣ, ଯାଜପୁର ଜିଲ୍ଲାରୁ ୧୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ଜଣ, କନ୍ଧମାଳ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୨ଜଣ, କେନ୍ଦୁଝର ଜିଲ୍ଲାରୁ ୫୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୯୨ଜଣ, କୋରାପୁଟ ଜିଲ୍ଲାରୁ ୪୦ଜଣ, ମାଲକାନଗିରି ଜିଲ୍ଲାରୁ ୩୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୮୩ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୨୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୭ଜଣ, ଷ୍ଟେଟ ପୁଲ୍ ରୁ ୧୧୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୯୭୫୨ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୫ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ଜଣ ରହିଥିବା ବେଳେ ବରଗଡ଼, କେନ୍ଦୁଝର, ପୁରୀ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ମୟୁରଭଞ୍ଜ, ଅନୁଗୁଳ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିପରି ଗଞ୍ଜାମ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ , ଜଗତସିଂହପୁର, ଝାରସୁଗୁଡ଼ା , କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୯୯କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୩୯୭୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୦୯୬୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୯୯ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ଆଉ ୨୫୪୬୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୪୫୬୮୪୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର
