ଭୁବନେଶ୍ୱର,୧୨/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୯୯୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫୪ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୮୩୯ ଜଣ ସ୍ଥ୍ାନୀୟ ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୮୧ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୮୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୨୯୭ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୪ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ୮୯ଜଣ, ଯାଜପୁର ଜିଲ୍ଲାରୁ ୧୪୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ, କେନ୍ଦୁଝର ଜିଲ୍ଲାରୁ ୩୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨୨ଜଣ, କୋରାପୁଟ ଜିଲ୍ଲାରୁ ୩୧ଜଣ, ମାଲକାନଗିରି ଜିଲ୍ଲାରୁ ୪୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୭୮ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୪୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୫ଜଣ, ଷ୍ଟେଟ ପୁଲ୍ ରୁ ୫୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୧୭୪୫ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଆଉ ୬୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲା ଓ ବଲାଙ୍ଗୀର ଜିଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। ବାଲେଶ୍ୱର ଜିଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ବରଗଡ ଜିଲାରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୩ ଜଣଙ୍କର କରୋନାରେ ଜୀବନ ଯାଇଛି। ସେମାନଙ୍କ ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୯ ଜଣ ରହିଛନ୍ତି।
ସେହିଭଳି ବଉଦ ଜିଲାରୁ ୩ ଜଣ, ଢେଙ୍କାନାଳ ଜିଲାରୁ ୪, ଗଜପତିରୁ ଜଣେ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ଯାଜପୁର ଜିଲାରୁ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ କନ୍ଧମାଳରୁ ଜଣେ, କେନ୍ଦ୍ରାପଡାରୁ ୪, କେନ୍ଦୁଝର ଜିଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୟୁରଭଞ୍ଜ ଜିଲାରୁ ୬ ଜଣ ପ୍ରାଣ ହରାଇଥିବାବେଳେ ନୟାଗଡ ଜିଲାରୁ ୩, ପୁରୀ ଜିଲାରୁ ୫ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୬୬୨କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୧୭୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୧୨୪୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୬୬୨ କୁ ବୃଦ୍ଧି ପାଇଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି। ଆଉ ୨୪୫୬୭ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୪୬୪୧୨୪୧ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର