Saturday , March 25 2023
Breaking News
Home / ରାଜନୀତି / ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ସୌଧ ନିର୍ମାଣ ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ସୌଧ ନିର୍ମାଣ ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର,୧୨/୦୭/୨୦୨୧(ଓଡ଼ିଶା ସମାଚାର)- ଆଜି ହେଉଛି ଆଷାଢ ମାସ ଶୁକ୍ଳ ଦ୍ବିତୀୟା ତିଥି । ପବିତ୍ର ଶ୍ରୀ ଗୁଣ୍ଡିଚା । ଆଜି ହେଉଛି ମହାପ୍ରଭୁ ବିଶ୍ୱ ନିଅନ୍ତା ବଡ଼ ଠାକୁରଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ରଥରେ ବସି ଘୋଷଯାତ୍ରା କରିବେ ଚତୁର୍ଦ୍ଧାମୂର୍ତ୍ତି। ଆଜିର ଏହି ପବିତ୍ର ଦିନରେ ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ସୌଧ ନିର୍ମାଣ ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କେଭିଡ଼ ୧୯ କଟକଣା ସହିତ ନୂତନ କାର୍ଯ୍ୟାଳୟ ସୌଧ ନିର୍ମାଣ ପାଇଁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏହାର ଶିଳାନ୍ୟାସ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଦଳର ବରିଷ୍ଠ କର୍ମକର୍ତା ଓ କର୍ମୀ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

Leave a Reply

Your email address will not be published.