Saturday , March 25 2023
Breaking News
Home / ତାଜା ଖବର / ଆଉ ୧୯୩୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୬୮ ଜଣଙ୍କ ମୃତ୍ୟୁ

ଆଉ ୧୯୩୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୬୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୩/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୯୩୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୭ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୧୩ ଜଣ ସ୍ଥାନୀୟ ସଂକ୍ରମିତ ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩୪ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୯୮ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୨ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୭୫ଜଣ, ଯାଜପୁର ଜିଲ୍ଲାରୁ ୧୨୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୬ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୨୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨୩ଜଣ, କେନ୍ଦୁଝର ଜିଲ୍ଲାରୁ ୪୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୩୧ଜଣ, କୋରାପୁଟ ଜିଲ୍ଲାରୁ ୧୪ଜଣ, ମାଲକାନଗିରି ଜିଲ୍ଲାରୁ ୨୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୫୮ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨୭ଜଣ, ରାୟଗଡ଼ା ଜିଲ୍ଲାରୁ ୩୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୫ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୪ଜଣ, ଷ୍ଟେଟ ପୁଲ୍ ରୁ ୭୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୩୬୭୫ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୭ଜଣ ରହିଛନ୍ତି । ବରଗଡ଼, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ, ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର, କଟକ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, କନ୍ଧମାଳ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୩୦କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୩୬୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୧୫୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭୩୦ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ୨୩୪୯୨ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୪୭୦୩୬୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.