Wednesday , October 4 2023
Breaking News
Home / ତାଜା ଖବର / ଆଉ୨୦୭୪ଜଣ କରୋନା ସଂକ୍ରମିତ ଚିହ୍ନଟ – ୬୫ ଜଣଙ୍କ ମୃତ୍ୟୁ

ଆଉ୨୦୭୪ଜଣ କରୋନା ସଂକ୍ରମିତ ଚିହ୍ନଟ – ୬୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୪/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ୨୦୭୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯୨ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୮୮୨ ଜଣ ସ୍ଥାନୀୟ ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୫ଜଣ, ବରଗଡ଼ ଜିଲ୍ଲାରୁ ୩୮ଜଣ, ଭଦ୍ରକ ଜିଲ୍ଲାରୁ ୧୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୨୮୩ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୧ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୯୯ଜମ, ଯାଜପୁର ଜିଲ୍ଲାରୁ ୧୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୮ଜଣ, କେନ୍ଦୁଝର ଜିଲ୍ଲାରୁ ୪୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪୩ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୪୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦ଜଣ, ନୟାଗଡ଼ ଜିଲ୍ଲାରୁ ୫୮ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୩୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୬ଜଣ, ଷ୍ଟେଟ ପୁଲ୍ ରୁ ୮୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୫୭୪୯ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ ରହିଥିବା ବେଳେ ବରଗଡ଼ ୧୦ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ପୁରୀରୁ ୬ଜଣ ରହିଛନ୍ତି । ନବରଙ୍ଗପୁର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଗଜପତି ଜିଲ୍ଲାରୁ ୩ଜଣ ରହିଛନ୍ତି । ବାଲେଶ୍ୱର , ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୯୫କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୫୭୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୧୮୦୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭୯୫ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ଆଉ ୨୨୮୬୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୪୭୭୨୯୩୮ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *