କେନ୍ଦ୍ରାପଡ଼ା,୧୫/୦୭/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡଃ. ରାଜେନ୍ଦ୍ର ପ୍ରସାଦ ତ୍ରିପାଠୀଙ୍କୁ ଉତ୍କଳ ବିଶ୍ୱ ବିଦ୍ୟାଳୟର ସିଣ୍ଡିକେଟ ସଭ୍ୟ ଭାବରେ ମନୋନ୍ୱିତ କରାଯାଇଛି । ଏସମ୍ପର୍କରେ ଉତ୍କଳ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଡଃ. ତ୍ରିପାଠୀ ୪ବର୍ଷ ପାଇଁ ଉତ୍କଳ ବିଶ୍ୱ ବିଦ୍ୟାଳୟର ସିଣ୍ଡିକେଟର ସଭ୍ୟ ରହିବେ । କଲେଜ ପାଇଁ ଏହା ଏକ ଗୌରବର କଥା । ଏନେଇ କଲେଜର ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ, ଛାତ୍ରଛାତ୍ରୀ ଓ ପୁରାତନ ଛାତ୍ରଛାତ୍ରୀମାନେ କଲେଜ ଅଧ୍ୟକ୍ଷ ଡଃ. ତ୍ରିପାଠୀଙ୍କୁ ଅଭିନନ୍ଦନ ଓ ଶୁଭେଛା ଜ୍ଞାପନ କରିଛନ୍ତି । ଓଡ଼ିଶା ସମାଚାର