ଭୁବନେଶ୍ୱର,୧୭/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୧୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୫୮ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୯୨୪ ଜଣ ସ୍ଥାନୀୟ ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬୧ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୭୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୩୦୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୭୦ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୮୭ଜଣ, ଯାଜପୁର ଜିଲ୍ଲାରୁ ୧୭୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୫ଜଣ, କେନ୍ଦୁଝର ଜିଲ୍ଲାରୁ ୪୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧୦ଜଣ, କୋରାପୁଟ ଜିଲ୍ଲାରୁ ୨୮ଜଣ, ମାଲକାନାଗିରି ଜିଲ୍ଲାରୁ ୨୫, ମୟୁରଭଞ୍ଜ ଜିଲ୍ଲାରୁ ୯୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୭୫ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୯୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୪ଜଣ, ଷ୍ଟେଟ ପୁଲ୍ରୁ ୯୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୨୧୧୧ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୮ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ମୟୁରଭଞ୍ଜ, ପୁରୀ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ବରଗଡ଼ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି ଅନୁଗୁଳ, ଭଦ୍ରକ, ବୌଦ୍ଧ, ଗଜପତି, ଜଗତସିଂହପୁର, ଯାଜପୁର , କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୯୨କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୨୧୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୨୫୫୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୪୯୯୨ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଆଉ ୨୧୫୪୦ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୪୯୮୮୫୩୧ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର