Saturday , March 25 2023
Breaking News
Home / ତାଜା ଖବର / ଆଉ ୨୨୧୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ , ୬୬ ଜଣଙ୍କ ମୃତ୍ୟୁ

ଆଉ ୨୨୧୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ , ୬୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୨୧୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୭୨ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୯୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୦ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୭୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୩୪୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫୪ଜଣ, ଗଜପତି ଜିଲ୍ଲାରୁ ୧୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୬ଜଣ, ଯାଜପୁର ଜିଲ୍ଲାରୁ ୧୨୪ଜଣ, ଝାରସୁଗୁଡ଼ା ଜିଲ୍ଲରାୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୫ଜଣ, କେନ୍ଦୁଝର ଜିଲ୍ଲାରୁ ୪୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୮୩ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନାଗିରି ଜିଲ୍ଲାରୁ ୨୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୬୯ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୮୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୯ଜଣ, ସମ୍ବଲପୁର ଜିଲ୍ଲାରୁ ୪୧ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୩ଜଣ, ଷ୍ଟେଟ ପୁଲ୍ ରୁ ୧୦୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୪୩୨୬ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୮ଜଣ ରହିଛନ୍ତି । ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ବୌଦ୍ଧ ଜିଲ୍ଲାରୁ ୫ଜଣ ରହିଛନ୍ତି । ବରଗଡ଼, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଜପତି, ପୁରୀ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, ଯାଜପୁର, କନ୍ଧମାଳ, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୦୫୮କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୪୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୨୭୯୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୦୫୮ ରେ ପହଞ୍ଚିଥିବା ବେଳେ କରୋନା ଆକ୍ରାନ୍ତ ଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ଆଉ ୨୧୨୮୯ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୫୦୬୬୦୫୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.