ଭୁବନେଶ୍ୱର,୧୯/୦୭/୨୦୨୧(ଓଡ଼ିଶା ସମାଚାର /ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୬୪୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫୫ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୬୯୩ ଜଣ ସ୍ଥାନୀୟ ସଂକ୍ରମିତ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୯ଜଣ, ବାଲେଶ୍ୱର ଜିଲ୍ଲାରୁ ୮୩ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୭୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୩୩୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫୪ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୨ଜଣ, ଯାଜପୁର ଜିଲ୍ଲାରୁ ୧୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୧୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୦ଜଣ, କେନ୍ଦୁଝର ଜିଲ୍ଲାରୁ ୨୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩୦ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନାଗିରି ଜିଲ୍ଲାରୁ ୩୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୭ଜଣ , ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୭୩ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୨୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୩ଜଣ, ଷ୍ଟେଟ ପୁଲ୍ ରୁ ୪୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୫୯୭୪ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ସର୍ବାଧିକ ୧୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ଗଞ୍ଜାମ ଜିଲ୍ଲାରୁ ୫ଜଣ ରହିଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର , କଟକ, ପୁରୀ, ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, ଢେଙ୍କାନାଳ, ଯାଜପୁର , ଝାରସୁଗୁଡ଼ା, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୧୬କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୫୯୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୩୦୪୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୧୧୬ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି। ଆଉ ୨୦୩୮୭ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୧୫୧୩୫୮୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର