Wednesday , October 4 2023
Breaking News
Home / ତାଜା ଖବର / ୨୦୮୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୫୬ ଜଣଙ୍କ ମୃତ୍ୟୁ

୨୦୮୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୫୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୦/୦୭/୨୦୨୧(ଓଡ଼ିଶା ସମାଚାର / ସୁଚେତା ସେବତା)- ଗତ ୨୪ ଘଣ୍ଟା ମଧ୍ୟରେ ୨୦୮୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯୮ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୮୮୭ ଜଣ ସ୍ଥାନୀୟ ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୩ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୧୭୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ , କଟକ ଜିଲ୍ଲାରୁ ୨୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୧ଜଣ, ଗଜପତି ଜିଲ୍ଲାରୁ ୧୯ଜଣ, ଗଞ୍ଜାମ ଜିଲ୍ଲାରୁ ୧୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୮ଜଣ, ଯାଜପୁର ଜିଲ୍ଲାରୁ ୧୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୪ଜଣ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୨୮ଜଣ, କୋରାପୁଟ ଜିଲ୍ଲାରୁ ୧୬ଜଣ, ମାଲକାନଗିରି ଜିଲ୍ଲାରୁ ୧୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୮ଜଣ, ନୟାଗଡ଼ ଜିଲ୍ଲାରୁ ୬୦ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୦୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୬ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫ଜଣ, ଷ୍ଟେଟ ପୁଲ୍ ରୁ ୧୧୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୮୦୫୯ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୫୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ ରହିଛନ୍ତି । ମୟୁରଭଞ୍ଜ, ବରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ମାଲକାନଗିରି ଜିଲ୍ଲାରୁ ୨ଜଣ ରହିଥିବା ବେଳେ କଟକ, ଦେବଗଡ଼, ଗଞ୍ଜାମ, କଳାହାଣ୍ଡି, କୋରାପୁଟ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୭୨କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୮୦୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୩୨୬୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୧୭୨ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ଆଉ ୨୦୧୬୮ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୫୨୦୬୩୩୮ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *