ଭୁବନେଶ୍ୱର,୨୧/୦୭/୨୦୨୧(ଓଡ଼ିଶା ସମାଚାର/ ଜ୍ୟୋତିସ୍ମିତା ପଣ୍ଡା )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୯୨୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୫ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୮୧୨ ଜଣ ସ୍ଥାନୀୟ ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୧ଜଣ, ବରଗଡ଼ ଜିଲ୍ଲାରୁ ୨୭ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୨୪୮ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୫ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୯୧ଜଣ, ଯାଜପୁର ଜିଲ୍ଲାରୁ ୧୨୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୩ଜଣ, କେନ୍ଦୁଝର ଜିଲ୍ଲାରୁ ୩୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯୮ଜଣ, କୋରାପୁଟ ଜିଲ୍ଲାରୁ ୮ଜଣ, ମାଲକାନଗିରି ଜିଲ୍ଲାରୁ ୧୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୬୪ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୦୩ଜଣ, ରାୟଗଡ଼ା ଜିଲ୍ଲାରୁ ୨୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୩ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୮ଜଣ, ଷ୍ଟେଟ ପୁଲ୍ ରୁ ୧୦୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୯୯୮୬ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୨ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି । ବରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୬ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୫ଜଣ ରହିଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଭଦ୍ରକ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ପୁରୀ, ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ସୋନପୁର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୪୧କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୯୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୩୫୦୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୨୪୧ ପହଞ୍ଚିଥିବା ବେଳେ କରୋନା ଆକ୍ରାନ୍ତ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ଆଉ ୧୯୬୮୫ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୫୨୭୮୩୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର