Saturday , April 1 2023
Breaking News
Home / ତାଜା ଖବର / ଆଉ ୧୯୪୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୬୭ ଜଣଙ୍କ ମୃତ୍ୟୁ

ଆଉ ୧୯୪୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୬୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୨/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୯୪୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୨୦ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୮୨୮ ଜଣ ଲୋକାଲ୍ ସଂକ୍ରମିତ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯୮ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୫୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୭୯ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୪ଜଣ, ଗଜପତି ଜିଲ୍ଲାରୁ ୪ଜମ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୩ଜଣ, ଯାଜପୁର ଜିଲ୍ଲାରୁ ୧୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୨୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୮୦ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୨୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୮୮ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୮୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୫ଜଣ, ସୋନପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ, ଷ୍ଟେଟ ପୁଲ୍ ରୁ ୯୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୧୯୩୪ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ ରହିଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଛନ୍ତି । ବରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ନବରଙ୍ଗପୁର ଜିଲ୍ଲାରୁ ୬ଜଣ ରହିଛନ୍ତି । ଅନୁଗୁଳ, ପୁରୀ, ରାୟଗଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ଢେଙ୍କାନାଳ ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିପରି କନ୍ଧମାଳ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୦୮କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୧୯୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୩୬୯୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩୦୮ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ଆଉ ୧୯୬୨୩ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୫୩୫୭୭୭୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.