Tuesday , May 30 2023
Breaking News
Home / ତାଜା ଖବର / ୧୯୧୭ ନୂତନ କରୋନା ପଜିଟିଭ୍ ଚିହ୍ନଟ – ୬୯ ମୃତ

୧୯୧୭ ନୂତନ କରୋନା ପଜିଟିଭ୍ ଚିହ୍ନଟ – ୬୯ ମୃତ

ଭୁବନେଶ୍ୱର,୨୩/୦୭/୨୦୨୧(ଓଡ଼ିଶା ସମାଚାର/ଲିପ୍ସା ମିଶ୍ର)- ଗତ ୨୪ ଘଣ୍ଟା ମଧ୍ୟରେ ୧୯୧୭ ନୂତନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୯ଜଣ କ୍ୱାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୮୦୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୧ଜଣ, ବାଲେଶ୍ୱର ଜିଲ୍ଲାରୁ ୮୪ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୫୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୨୫୬ଜଣ, ଦେଓଗଡ଼ ଜିଲ୍ଲାରୁ ୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୭ଜଣ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୯୨ଜଣ, ଯାଜପୁର ଜିଲ୍ଲାରୁ ୮୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୩ଜଣ, କେନ୍ଦୁଝର ଜିଲ୍ଲାରୁ ୩୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧୮ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦ଜଣ, ନୟାଗଡ଼ ଜିଲ୍ଲାରୁ ୭୬ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୦ଜଣ, ଷ୍ଟେଟ ପୁଲ୍ ରୁ ୧୦୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୩୮୫୧ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୬ ଜଣ, ବାଲେଶ୍ୱରରୁ ୧୦ ଜଣ, ସମ୍ବଲପୁରରୁ ୭ ଜଣ, କେନ୍ଦ୍ରାପଡାରୁ ୬ ଜଣ, ବରଗଡରୁ ୫ଜଣ, ସୁନ୍ଦରଗଡରୁ ୪ଜଣ, ବଲାଙ୍ଗୀର, ଝାରସୁଗୁଡା, ରାୟଗଡା ଓ କନ୍ଧମାଳରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ନୂଆପଡା ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୭୭କୁ ବୃଦ୍ଧି ପାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଗତକାଲି ସୁଦ୍ଧା ମୋଟ୍ ୯୬୩୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୩୯୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୭୭ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୯୨୬୧ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୫୪୩୫୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.