Sunday , October 1 2023
Home / ତାଜା ଖବର / ୧୮୬୪ ଜଣ ନୂତନ କରୋନା ପଜିଟିଭ୍ ଚିହ୍ନଟ – ୬୮ ଜଣ ଙ୍କ ମୃତ୍ୟୁ

୧୮୬୪ ଜଣ ନୂତନ କରୋନା ପଜିଟିଭ୍ ଚିହ୍ନଟ – ୬୮ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୪/୦୭/୨୦୨୧(ଓଡ଼ିଶା ସମାଚାର/ଲିପ୍ସା ମିଶ୍ର)- ଗତ ୨୪ ଘଣ୍ଟା ମଧ୍ୟରେ ୧୮୬୪ ଜଣ ନୂତନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୮୨ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୭୮୨ ଜଣ ସ୍ଥାନୀୟ ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୪ଜଣ, ବରଗଡ଼ ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୬୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୨୧ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୪ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୮୯ଜଣ, ଯାଜପୁର ଜିଲ୍ଲାରୁ ୧୦୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୯ଜଣ, କେନ୍ଦୁଝର ଜିଲ୍ଲାରୁ ୪୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯୬ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୧୨ଜଣ , ମୟୁରଭଞ୍ଜ ଜିଲ୍ଲାରୁ ୫୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୬୬ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୫୯ଜଣ, ରାୟଗଡ଼ା ଜିଲ୍ଲାରୁ ୨୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୪ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୬ଜଣ, ଷ୍ଟେଟ ପୁଲ୍ ରୁ ୧୦୦ଜଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୫୭୧୫ରେ ପହଞ୍ଚିଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ  ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୧୧ଜଣ । ଅନୁଗୁଳ ଜିଲ୍ଲାରୁ ୮ଜଣ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସୁନ୍ଦରଗଡ଼, ନୂଆପଡ଼ା, ମାଲକାନାଗିରି, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୪୪୫କୁ ବୃଦ୍ଧି ପାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୫୭୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୪୧୨୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୫୪୪୫ କରୋନାରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ସଂଙ୍କ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୯୦୧୩ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୫୫୧୦୬୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *