Wednesday , December 8 2021
Home / ତାଜା ଖବର / ୧୮୩୩ ଜଣ ନୂତନ କରୋନା ପଜିଟିଭ୍ ଚିହ୍ନଟ – ୬୭ ଜଣଙ୍କ ମୃତ୍ୟୁ

୧୮୩୩ ଜଣ ନୂତନ କରୋନା ପଜିଟିଭ୍ ଚିହ୍ନଟ – ୬୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୫/୦୭/୨୦୨୧(ଓଡ଼ିଶା ସମାଚାର/ଲିପ୍ସା ମିଶ୍ର)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୮୩୩ ଜଣ ନୂତନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬୨ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୭୭୧ ଜଣ ସ୍ଥାନୀୟ ସଂକ୍ରମିତ ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୯ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୮୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୪୩ଜଣ, ଦେବଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩ଜଣ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୬୧ଜଣ, ଯାଜପୁର ଜିଲ୍ଲାରୁ ୧୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯୦ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୧୯, ମୟୁରଭଞ୍ଜ ଜିଲ୍ଲାରୁ ୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୨୮ଜଣ, ପୁରୀ ଜିଲ୍ଲାରୁ ୧୩୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ, ଷ୍ଟେଟ ପୁଲ୍ରୁ ୯୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୭୫୪୮ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ଜଣ ରହିଥିବା ବେଳେ ଅନୁଗୁଳ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୫ଜଣ ରହିଛନ୍ତି । ଗଞ୍ଜାମ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଦେବଗଡ଼, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୧୨କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୭୫୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୪୩୦୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୧୨ ସଂଖ୍ୟା ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଆଉ ୧୮୯୧୪ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୫୫୮୧୬୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଭାରିଗୋଳରେ ଅଗ୍ନୀକାଣ୍ଡ, ମହିଳା ଗୁରୁତର ଗାଈ ବାଛୁରୀ ଅର୍ଦ୍ଧ ଦଗ୍ଧ

ଗରଦପୁର,୦୫/୧୨/୨୦୨୧(ଓଡ଼ିଶା ସମାଚାର)-ଗରଦପୁର ବ୍ଲକ୍ ଅନ୍ତର୍ଗତ ବଡ଼ବେତ୍ରା ପଂଚାୟତସ୍ଥିତ ଭାରିଗୋଳ ଗ୍ରାମର ରବିନ୍ଦ୍ର ମହାନ୍ତିଙ୍କର ୨ ବଖରା ଚାଳ ଛପର ଗୁହାଳ …

Leave a Reply

Your email address will not be published. Required fields are marked *