Monday , December 6 2021
Breaking News
Home / ତାଜା ଖବର / ଆଉ ୧୬୩୭ ଜଣ ନୂତନ କରୋନା ପଜିଟିଭ୍ ଚିହ୍ନଟ – ୬୨ ଜଣଙ୍କ ମୃତ୍ୟୁ

ଆଉ ୧୬୩୭ ଜଣ ନୂତନ କରୋନା ପଜିଟିଭ୍ ଚିହ୍ନଟ – ୬୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୬/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)-ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୬୩୭ ଜଣ ନୂତନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪୯ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୬୮୮ ଜଣ ସ୍ଥାନୀୟ ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୦ଜଣ , ବାଲେଶ୍ୱର ଜିଲ୍ଲାରୁ ୫୭ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୭୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୨୫୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮୫ଜଣ, ଯାଜପୁର ଜିଲ୍ଲାରୁ ୮୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୭୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୫୦ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନାଗିରି ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୩୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୭୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୧ଜଣ, ଷ୍ଟେଟ ପୁଲ୍ ରୁ ୭୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୯୧୮୫ କୁ ବୃଦ୍ଧି ପାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂହପୁର , କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୭୪କୁ ବୃଦ୍ଧି ପାଇଛି ।

  ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୯୧୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୪୫୧୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୭୪ ସଂଖ୍ୟା ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଆଉ ୧୮୩୮୧ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ମୋଟ୍ ୧୫୬୫୬୨୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

About admin

Check Also

ଅର୍ଦ୍ଧଦଗ୍ଧ ଅଜଣା ମୃତଦେହ ଉଦ୍ଧାର

କଟକ ,୦୪/୧୨/୨୦୨୧(ଓଡ଼ିଶା ସମାଚାର/ ଦେବାଶିଷ ରଥ)- କଟକ ପୁରିଘାଟ ଥାନା ଅନ୍ତର୍ଗତ ଗଣେଷଘାଟ ଘାଟ ଗଡାରେ ମିଳିଲା ଏକ ଅର୍ଦ୍ଧଦଗ୍ଧ …

Leave a Reply

Your email address will not be published. Required fields are marked *