Tuesday , September 28 2021
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୬୨୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୬୦ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୬୨୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୬୦ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୬୨୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩୯ଜଣ ସଙ୍ଗରୋଧ ରୁ ଚିହ୍ନଟ ହୋଇଥିବା ବେଳେ ୬୯୦ ଜଣ ସ୍ଥାନୀୟ ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୪ଜଣ, ବାଲେଶ୍ୱର ଜିଲ୍ଲାରୁ ୯୩ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୭୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୬୦ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୯ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୬୭ଜଣ, ଯାଜପୁର ଜିଲ୍ଲାରୁ ୮୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୩୨ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୩୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୯୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨ଜଣ, ଷ୍ଟେଟ ପୁଲ୍ ରୁ ୧୧୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୦୮୧୪ କୁ ବୃଦ୍ଧି ପାଇଛି ।

ଅନ୍ୟ ପକ୍ଷରେ ଓଡ଼ିଶାରେ ଆଉ ୬୦ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରେ ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୪ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଖୋର୍ଦ୍ଧା ଜିଲାରୁ ୮ ଜଣ କରୋନା ରୋଗୀ ପ୍ରାଣ ହରାଇଥିବାବେଳେ କଟକ ଓ ଅନୁଗୁଳ ଜିଲାରୁ ୬ ଜଣ ଲେଖାଏଁ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ସେହିଭଳି କେନ୍ଦୁଝର ଓ ପୁରୀ ଜିଲାରେ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି। ବଉଦ ଓ ସମ୍ବଲପୁର ଜିଲାରୁ ୪ ଜଣ ଲେଖାଏଁ, କୋରାପୁଟ, ନବରଙ୍ଗପୁର ଏବଂ ନୟାଗଡ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୬୩୪କୁ ବୃଦ୍ଧିପାଇଛି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୦୮୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୪୭୩୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୫୬୩୪ ଜଣ ଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୭୭୪୬ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୫୭୧୮୮୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ- ୫୯ ଜଣ ଶିଶୁ ଆକ୍ରାନ୍ତ – ୫ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି …

Leave a Reply

Your email address will not be published. Required fields are marked *