ଭୁବନେଶ୍ୱର,୨୮/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୭୦୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮୮ଜଣ ସଙ୍ଗରୋଧ ରୁ ଚିହ୍ନଟ ହୋଇଥିବା ବେଳେ ୭୧୫ ଜଣ ସ୍ଥାନୀୟ ସଂକ୍ରମିତ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୯ଜଣ, ବାଲେଶ୍ୱର ଜିଲ୍ଲାରୁ ୮୮ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୭୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୫୧ଜଣ, ଯାଜପୁର ଜିଲ୍ଲାରୁ ୮୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୬ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୪୬ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୩୯ଜଣ, ରାୟଗଡ଼ା ଜିଲ୍ଲାରୁ ୩୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୩ଜଣ, ଷ୍ଟେଟ ପୁଲ୍ ରୁ ୭୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୨୫୧୭ରେ ପହଞ୍ଚିଛି ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୧୪ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୮ ଜଣ ରହିଛନ୍ତି । ଅନୁଗୁଳ ଓ କଟକରୁ ୬ ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର ଓ ପୁରୀରୁ ୫ ଜଣ ଲେଖାଏଁ , ବୌଦ୍ଧ ଓ ସମ୍ବଲପୁରରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକରୁ ୨ ଜଣ ରହିଥିବା ବେଳେ ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ଓ ନୟାଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୦୩କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୨୫୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୪୯୩୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୭୦୩ ସଂଖ୍ୟା ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଆଉ ୧୭୪୧୧ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୫୭୯୭୬୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର