ଭୁବନେଶ୍ୱର,୨୯/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୬୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩୭ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୬୭୮ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୨ଜଣ, ବାଲେଶ୍ୱର ଜିଲ୍ଲାରୁ ୯୮ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୬୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜମ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୨୨୯ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୦ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୯୬ଜଣ, ଯାଜପୁର ଜିଲ୍ଲାରୁ ୭୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪୨ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନାଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୪୨ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୨୩ଜଣ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଷ୍ଟେଟ ପୁଲ୍ ରୁ ୯୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୪୧୩୨ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, ବଲାଙ୍ଗୀର , କଟକ, ଗଞ୍ଜାମ, ଯାଜପୁର, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଗଜପତି, ଜଗତସିଂହପୁର , କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୪୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୫୧୦୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୭୬୮ ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି । ୧୭୨୬୨ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୫୮୭୪୫୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର