Tuesday , September 28 2021
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୫୫୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ , ୬୬ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୫୫୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ , ୬୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୩୦/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)-  ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୫୫୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୦୪ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୬୫୪ ଜଣ ସ୍ଥାନୀୟ  ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ  ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୦ଜଣ, ବାଲେଶ୍ୱର ଜିଲ୍ଲାରୁ ୯୭ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୪୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୪୧ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୩ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୬୭ଜଣ, ଯାଜପୁର ଜିଲ୍ଲାରୁ ୭୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୭୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନାଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୮୨ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮ଜଣ, ଷ୍ଟେଟ ପୁଲ୍ ରୁ ୧୦୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୫୬୯୦ କୁ ବୃଦ୍ଧି ପାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କଟକରୁ ୧୦, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୬, ଯାଜପୁରରୁ ୫, ଗଞ୍ଜାମ, ପୁରୀ ଓ ଜଗତସିଂହପୁରରୁ ୪ ଜଣ ଲେଖାଏଁ, ବାଲେଶ୍ଵର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ଓ ମୟୁରଭଞ୍ଜରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେଓଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ, ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୩୪କୁ ବୃଦ୍ଧି ପାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୫୬୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୫୩୦୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୫୮୩୪ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ସଂଙ୍କ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୬୭୧୫ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ  ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୫୯୫୦୪୪୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ- ୫୯ ଜଣ ଶିଶୁ ଆକ୍ରାନ୍ତ – ୫ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି …

Leave a Reply

Your email address will not be published. Required fields are marked *