Monday , October 18 2021
Breaking News
Home / ତାଜା ଖବର / ଓଡ଼ିଶାରେ ଆଉ ୧୫୭୮ ଜଣ କରୋନା ସଂକ୍ରମିତ ଚିହ୍ନଟ- ୬୮ ଜଣଙ୍କ ମୃତ୍ୟୁ

ଓଡ଼ିଶାରେ ଆଉ ୧୫୭୮ ଜଣ କରୋନା ସଂକ୍ରମିତ ଚିହ୍ନଟ- ୬୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୩୧/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ଆଉ ୧୫୭୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୯୧୫ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୬୬୩ ଜଣ ସ୍ଥାନୀୟ ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୭ଜଣ, ବାଲେଶ୍ୱର ଜିଲ୍ଲାରୁ ୭୮ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୫୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୧୨ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ଜଣ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୩ଜଣ, ଯାଜପୁର ଜିଲ୍ଲାରୁ ୭୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୩୬ଜଣ, କୋରାପୁଟ ଜିଲ୍ଲାରୁ ୧୪ଜଣ, ମାଲକାନଗିରି ଜିଲ୍ଲାରୁ ୧୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୫୩ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୦୯ ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ଜଣ, ଷ୍ଟେଟ ପୁଲ୍ ରୁ ୯୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୭୨୬୮ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ରେକର୍ଡ଼ କରାଯାଇଛି। ମୃତକଙ୍କ ମଧ୍ୟରୁ ସର୍ବାଧିକ ଅନୁଗୁଳ ଜିଲ୍ଲାରୁ ୮ଜଣ ରହିଥିବା ବେଳେ ଗଞ୍ଜାମ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ କଟକ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ବରଗଡ଼, ବଲାଙ୍ଗୀର, କେନ୍ଦ୍ରାପଡ଼ା, କେନ୍ଦୁଝର, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଯାଜପୁର, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୯୦୨ କୁ ବୃଦ୍ଧି ପାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୭୨୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୩୮୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୫୪୯୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୯୦୨ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୬୦୨୨୬୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୭୨୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୫୪୯୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୫୯୦୨ ଜଣଙ୍କର କରୋନା ରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଛି । ଆଉ ୧୬୩୮୪ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୬୦୨୨୬୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ – ୭୫ ଜଣ ଶିଶୁ ସଂକ୍ରମିତ – ୩ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୭/୧୦/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି …

Leave a Reply

Your email address will not be published. Required fields are marked *