Friday , September 29 2023
Breaking News
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ୩୨ଟି ହୁଇଲ ଚେୟାର ଦାନ

କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ୩୨ଟି ହୁଇଲ ଚେୟାର ଦାନ

କେନ୍ଦ୍ରାପଡ଼ା, ୩୧/୦୭/୨୦୨୧(ଓଡ଼ିଶା ସମାଚାର)-  ଭିଗାର୍ଡ ପକ୍ଷରୁ ଶୁକ୍ରବାର କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ହୁଇଲ ଚେୟାର ଦାନ କରାଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କେନ୍ଦ୍ରାପଡା ଟାଉନ ଥାନାର ଭାରପ୍ରାପ୍ତ ଇନସପେକ୍ଟର ଜ୍ୟୋତିରଞ୍ଜନ ସାମନ୍ତରାୟ, ଭିଗାର୍ଡ ଶାଖା ମୁଖ୍ୟ ସୁମନ୍ତ କୁମାର ପ୍ରଧାନ, ଅଧିକୃତ ବିକ୍ରେତା ସଂସ୍ଥା ନଳିନୀ ଏଣ୍ଡ ସନ୍ସର ପ୍ରତିନିଧି ବୀରେନ ପ୍ରତାପ ଜେନା ଓ ଯୋଗଦେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅନିତା ପଟ୍ଟନାୟକଙ୍କୁ ୩୨ଟି ହୁଇଲଚେୟାର ଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ(ମେଡିକାଲ) ଡା. କିଶୋର ଆଚାର୍ଯ୍ୟ, ଅତିରିକ୍ତ ଜିଲ୍ଲା ଚିକତ୍ିସା ଅଧିକାରୀ(ପରିବାର କଲ୍ୟାଣ) ଡା. ସଚିଦାନନ୍ଦ ମିଶ୍ର, ଅତିରିକ୍ତ ନିର୍ଦେଶକ ଡା. ନୃପେନ୍ଦ୍ର କୁମାର ଶତପଥୀଙ୍କ ସମେତ ଭିଗାର୍ଡର ଅନ୍ୟ କର୍ମକର୍ତା ପ୍ରମୁଖ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *