Sunday , October 1 2023
Home / ତାଜା ଖବର / ଓଡ଼ିଶା ରେ ଆଉ ୧୪୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ୬୪ ଜଣଙ୍କ ମୃତ୍ୟୁ

ଓଡ଼ିଶା ରେ ଆଉ ୧୪୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ୬୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୧/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୪୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୩୨ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୬୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରୁ ୪୭ଜଣ, ବାଲେଶ୍ୱର ଜିଲ୍ଲାରୁ ୬୪, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୪୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୯୦ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୮୬ଜଣ, ଯାଜପୁର ଜିଲ୍ଲାରୁ ୬୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦୯ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୩୬ଜଣ, ପୁରୀ ଜିଲ୍ଲାରୁ ୧୪୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ. ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ଜଣ, ଷ୍ଟେଟ ପୁଲ୍ ରୁ ୮୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୮୭୦୫ କୁ ବୃଦ୍ଧି ପାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରୁ ଭଦ୍ରକ, କଟକ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ଲେଖାଏଁ ରହିଥିବା ବେଳେ ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ଲେଖାଏଁ ରହିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଢେଙ୍କାନାଳ, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ଜଗତସିଂହପୁର, ଯାଜପୁର , କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୯୬୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୮୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୫୬୮୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୯୬୬ ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ଆଉ ୧୫୮୫୮ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୬୦୯୭୪୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *