Home / ତାଜା ଖବର / ନିଜ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କଲେ ସିକ୍ୟୁରିଟି ଗାର୍ଡ
ନିଜ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କଲେ ସିକ୍ୟୁରିଟି ଗାର୍ଡ
ଭୁବନେଶ୍ୱର,୦୩/୦୮/୨୦୨୧(ଓଡ଼ିଶା ସମାଚାର)- ଗଙ୍ଗନଗର ଅଂଚଳରେ ଘଟିଛି ଏକ ଅଭାବନୀୟଘଟଣା । ନିଜ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କଲେ ସିକ୍ୟୁରିଟି ଗାର୍ଡ କୃଷ୍ଣଚନ୍ଦ୍ର ଦାସ । କ୍ୟାପିଟାଲ ଥାନାକୁ ନିଆଯାଇଥିଲା କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏୟାରପୋର୍ଟ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଆତ୍ମହତ୍ୟାର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ତେବେ ପାରିବାରିକ କଳହ ଯୋଗୁଁ ସିକ୍ୟୁରିଟି ଗାର୍ଡ ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଓଡ଼ିଶା ସମାଚାର
Related