Monday , December 6 2021
Breaking News
Home / ତାଜା ଖବର / ଓଡ଼ିଶା ରେ ଆଉ ୧୩୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ- ୬୬ ଜଣଙ୍କ ମୃତ୍ୟୁ

ଓଡ଼ିଶା ରେ ଆଉ ୧୩୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ- ୬୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୪/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୩୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୭୬୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୫୫୩ ଜଣ ସ୍ଥାନୀୟ ସଂକ୍ରମିତ । ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୨ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୪୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୯୮ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଜିଲ୍ଲାରୁ ୫୩ଜଣ, ଯାଜପୁର ଜିଲ୍ଲାରୁ ୮୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧୩ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନାଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ ରୁ ୮୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୨୧୮୧ କୁ ବୃଦ୍ଧି ପରଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୧୦ଜଣ , ପୁରୀ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବଲାଙ୍ଗୀର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୬୮କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୨୧୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୬୨୦୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬୮ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ଆଉ ୧୩୮୭୨୫ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୬୨୮୯୧୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଅର୍ଦ୍ଧଦଗ୍ଧ ଅଜଣା ମୃତଦେହ ଉଦ୍ଧାର

କଟକ ,୦୪/୧୨/୨୦୨୧(ଓଡ଼ିଶା ସମାଚାର/ ଦେବାଶିଷ ରଥ)- କଟକ ପୁରିଘାଟ ଥାନା ଅନ୍ତର୍ଗତ ଗଣେଷଘାଟ ଘାଟ ଗଡାରେ ମିଳିଲା ଏକ ଅର୍ଦ୍ଧଦଗ୍ଧ …

Leave a Reply

Your email address will not be published. Required fields are marked *