Monday , December 6 2021
Breaking News
Home / ତାଜା ଖବର / ଓଡ଼ିଶା ରେ ୧୩୪୨ ଜଣ କରୋନା ସଂକ୍ରମିତ ଚିହ୍ନଟ – ୬୮ ଜଣଙ୍କ ମୃତ୍ୟୁ

ଓଡ଼ିଶା ରେ ୧୩୪୨ ଜଣ କରୋନା ସଂକ୍ରମିତ ଚିହ୍ନଟ – ୬୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୫/୦୮/୨୦୨୧(ଓଡ଼ିଶା ସମାଚାର/ଲିପ୍ସା ମିଶ୍ର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୩୪୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୭୫ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୫୬୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୦ଜଣ, ବାଲେଶ୍ୱର ଜିଲ୍ଲାରୁ ୫୯ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୪୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୬୪ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୭୮ଜଣ, ଯାଜପୁର ଜିଲ୍ଲାରୁ ୬୬ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୩ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୭୭ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନାଗିରି ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୨୮ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୫୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍ ରୁ ୧୦୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୩୫୨୩ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ସୁନ୍ଦରଗଡ ଓ ପୁରୀ ଜିଲାରୁ ୧୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି। କଟକ ଜିଲାରୁ ୧୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ସେହିଭଳି କେନ୍ଦ୍ରାପଡାରୁ ୪, ବରଗଡ ୩, ବାଲେଶ୍ୱର ଓ ଢେଙ୍କାନାଳ ଜିଲାରୁ ୨ ଜଣ ଲେଖାଏଁ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ଦିନକ ମଧ୍ୟରେ ଭଦ୍ରକ, ବଲାଙ୍ଗିର, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ, ନବରଙ୍ଗପୁର, ନୟାଗଡ, ନୂଆପଡା ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୩୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୬୩୭୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୩୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂଙ୍କ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୩୫୧୬ ଜଣ ସକ୍ରୀର୍ୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ୧୬୩୫୫୨୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଅର୍ଦ୍ଧଦଗ୍ଧ ଅଜଣା ମୃତଦେହ ଉଦ୍ଧାର

କଟକ ,୦୪/୧୨/୨୦୨୧(ଓଡ଼ିଶା ସମାଚାର/ ଦେବାଶିଷ ରଥ)- କଟକ ପୁରିଘାଟ ଥାନା ଅନ୍ତର୍ଗତ ଗଣେଷଘାଟ ଘାଟ ଗଡାରେ ମିଳିଲା ଏକ ଅର୍ଦ୍ଧଦଗ୍ଧ …

Leave a Reply

Your email address will not be published. Required fields are marked *