Wednesday , October 4 2023
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୨୦୮ କରୋନା ସଂକ୍ରମିତ ଚିହ୍ନଟ, ୬୬ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୨୦୮ କରୋନା ସଂକ୍ରମିତ ଚିହ୍ନଟ, ୬୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୬/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୨୦୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୫୦୬ ଜଣ ସ୍ଥାନୀୟ ସଂକ୍ରମିତ। ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୫ଜଣ, ବାଲେଶ୍ୱର ଜିଲ୍ଲାରୁ ୬୩ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୭୩ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୬୦ଜଣ, ଯାଜପୁର ଜିଲ୍ଲାରୁ ୫୭ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୯୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନାଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୫୮ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ ପୁଲ୍ ରୁ ୮୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୪୭୩୧ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୧୯ ଜଣ, କଟକରୁ ୧୧ଜଣ, ଗଞ୍ଜାମରୁ ୧୦ ଜଣ, ବାଲେଶ୍ୱରରୁ ୬ ଜଣ, ଅନୁଗୋଳରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ବଲାଙ୍ଗୀର, ମୟୂରଭଞ୍ଜ ଓ ପୁରୀରୁ ୨ ଜଣେ ଲେଖାଏଁ, ଭଦ୍ରକ, କନ୍ଧମାଳ, ନୟାଗଡ, ନୂଆପଡା, ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୦୨କୁ ବୃଦ୍ଧି ପାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୪୭୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୬୫୩୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୬୩୦୨ ଜଣ କରୋନାରେ ପ୍ରାଣ ହରାଇଥିବାବେଳେ ୫୩ ଜଣ ସଂଙ୍କ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ବର୍ତମାନ ୧୩୦୦୬ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୬୪୨୪୬୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *