Tuesday , December 7 2021
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୯୬ କରୋନା ସଂକ୍ରମିତ ଚିହ୍ନଟ, ୬୪ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୯୬ କରୋନା ସଂକ୍ରମିତ ଚିହ୍ନଟ, ୬୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୭/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୬୩୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୪୫୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୦ଜଣ, ବାଲେଶ୍ୱର ଜିଲ୍ଲାରୁ ୭୭ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୨୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୯୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୫୮ଜଣ, ଯାଜପୁର ଜିଲ୍ଲାରୁ ୬୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୯ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନୟାଗଡ଼ ଜିଲ୍ଲାରୁ ୨୯ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୪୮ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ ପୁଲ୍ ରୁ ୮୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୫୮୨୭ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୭ଜଣ, କଟକ ଜିଲ୍ଲାରୁ ୧୭ଜଣ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରୁ ୪ଜଣ ଲେଖାଏଁ , ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ରହିଛନ୍ତି । ଅନୁଗୁଳ, ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, କେନ୍ଦ୍ରାପଡ଼ା, ନୟାଗଡ଼, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୩୬କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୫୮୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୬୬୯୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ୬୩୬୬ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ୧୨୪୮୦ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୬୪୯୧୪୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଭାରିଗୋଳରେ ଅଗ୍ନୀକାଣ୍ଡ, ମହିଳା ଗୁରୁତର ଗାଈ ବାଛୁରୀ ଅର୍ଦ୍ଧ ଦଗ୍ଧ

ଗରଦପୁର,୦୫/୧୨/୨୦୨୧(ଓଡ଼ିଶା ସମାଚାର)-ଗରଦପୁର ବ୍ଲକ୍ ଅନ୍ତର୍ଗତ ବଡ଼ବେତ୍ରା ପଂଚାୟତସ୍ଥିତ ଭାରିଗୋଳ ଗ୍ରାମର ରବିନ୍ଦ୍ର ମହାନ୍ତିଙ୍କର ୨ ବଖରା ଚାଳ ଛପର ଗୁହାଳ …

Leave a Reply

Your email address will not be published. Required fields are marked *