Friday , December 3 2021
Breaking News
Home / ଶିକ୍ଷା / ଆରିପଦା ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଯୋଗଦାନ

ଆରିପଦା ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଯୋଗଦାନ

କେନ୍ଦ୍ରାପଡ଼ା, ୦୮/୦୮/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାର ଆରିପଦା ସରକାରୀ ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷୟିତ୍ରୀ ଭାବେ କାଂଚନବାଳା ସ୍ୱାଇଁ ଶନିବାର ଯୋଗଦାନ କରିଛନ୍ତି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଗାମ୍ବର ନାୟକଙ୍କ ଠାରୁ ଶ୍ରୀମତୀ ସ୍ୱାଇଁ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଶ୍ରୀମତୀ ସ୍ୱାଇଁ କରିଲୋପାଟଣା ଜୟୀରାମ ଉଚ୍ଚ ବିଦ୍ୟାଳୟରେ ସହକାରୀ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ କରୁଥିଲେ । ପ୍ରଧାନ ଶିକ୍ଷୟିତ୍ରୀ ପଦକୁ ପଦୋନ୍ନତି ପାଇବା ପରେ ଶ୍ରୀମତୀ ସ୍ୱାଇଁ ଏଠାରେ ଯୋଗଦେଇଛନ୍ତି । ବିଦ୍ୟାଳୟର ସମସ୍ତ ଶିକ୍ଷକ,ଶିକ୍ଷୟିତ୍ରୀ, କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସ୍ୱାଇଁଙ୍କୁ ପୁଷ୍ପଗୁଛ ପ୍ରଦାନ ପୂର୍ବକ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ କିଭଳି ଭାବରେ ଉନ୍ନତମାନର ଶିକ୍ଷାଦାନ ସହିତ ବିଦ୍ୟାଳୟର ଶୈକ୍ଷିକ ପରିବେଶକୁ ସରସ ସୁନ୍ଦର କରାଯାଇପାରିବ ସେ ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସ୍ୱାଇଁ କହିଛନ୍ତି । ଏଥିନିମନ୍ତେ ସେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓଶୀକ୍ଷୟିତ୍ରୀମାନଙ୍କ ସହଯୋଗ କାମନା କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟରେ ବିଶ୍ୱ ଏଡସ୍ ଦିବସ ପାଳିତ

କେନ୍ଦ୍ରାପଡ଼ା, ୦୨/୧୨/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଓ କେନ୍ଦ୍ରାପଡା ସାନ୍ଧ୍ୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ …

Leave a Reply

Your email address will not be published. Required fields are marked *