Monday , September 25 2023
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୨୪୩ କରୋନା ସଂକ୍ରମିତ ଚିହ୍ନଟ , ୬୯ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୨୪୩ କରୋନା ସଂକ୍ରମିତ ଚିହ୍ନଟ , ୬୯ ମୃତ୍ୟୁ

ଭୁବନେଶ୍ୱର,୦୮/୦୮/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୨୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୧୮ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୫୨୫ ଜଣ ସ୍ଥାନୀୟ ସଂକ୍ରମିତ । ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୩ଜଣ, ବାଲେଶ୍ୱର ଜିଲ୍ଲାରୁ ୪୯ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୭୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨୯ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୮୮ଜଣ, ଯାଜପୁର ଜିଲ୍ଲାରୁ ୫୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୯୯ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୫୬ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୬୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ୍ ପୁଲ୍ ରୁ ୮୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୭୦୭୦ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ରେକର୍ଡ଼ କରାଯାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି। ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୫ଜଣ ଲେଖାଏଁ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, ଦେବଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪୩୫କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୭୦୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୬୮୪୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ୬୪୩୫ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି। ଆଉ ୧୨୧୨୯ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୬୫୬୦୮୪୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *