Tuesday , December 7 2021
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୪୧ କରୋନା ସଂକ୍ରମିତ ଚିହ୍ନଟ- ୬୪ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୪୧ କରୋନା ସଂକ୍ରମିତ ଚିହ୍ନଟ- ୬୪ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୦/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୪୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୫ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୪୩୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩୨ଜଣ, ଦେବଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଜିଲ୍ଲାରୁ ୮୧ଜଣ, ଯାଜପୁର ଜିଲ୍ଲାରୁ ୩୬ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୩ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୨୮ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୬ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍ ରୁ ୮୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୮୯୯୭ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ରେକର୍ଡ଼ କରାଯାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ ରହିଛନ୍ତି । କଟକ, ଯାଜପୁର, ମୟୁରଭଞ୍ଜ, ନୟାଗଡ଼, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା ୨ଜଣ ଲେଖାଏଁ ରହିଛନ୍ତି । ବଲାଙ୍ଗୀର, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର , ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬୫କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୮୯୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୭୧୩୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ୬୫୬୫ ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ୧୦୯୮୮ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୬୬୮୩୭୬୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଭାରିଗୋଳରେ ଅଗ୍ନୀକାଣ୍ଡ, ମହିଳା ଗୁରୁତର ଗାଈ ବାଛୁରୀ ଅର୍ଦ୍ଧ ଦଗ୍ଧ

ଗରଦପୁର,୦୫/୧୨/୨୦୨୧(ଓଡ଼ିଶା ସମାଚାର)-ଗରଦପୁର ବ୍ଲକ୍ ଅନ୍ତର୍ଗତ ବଡ଼ବେତ୍ରା ପଂଚାୟତସ୍ଥିତ ଭାରିଗୋଳ ଗ୍ରାମର ରବିନ୍ଦ୍ର ମହାନ୍ତିଙ୍କର ୨ ବଖରା ଚାଳ ଛପର ଗୁହାଳ …

Leave a Reply

Your email address will not be published. Required fields are marked *