Wednesday , December 1 2021
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୭୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ- ୬୫ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୭୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ- ୬୫ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୧/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୭୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨୬ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୪୫୨ ଜଣ ସ୍ଥାନୀୟ ସଂକ୍ରମିତ । ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୪୫ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୨୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୪୭ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୬ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୭୨ଜଣ, ମାଲକାନାଗିରି ଜିଲ୍ଲାରୁ ୫ଜମ, ମୟୁରଭଞ୍ଜ ଜିଲ୍ଲାରୁ ୩୫ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨୬ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୪୮ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ୍ ପୁଲ୍ ରୁ ୮୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୦୦୭୫ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ରେକର୍ଡ଼ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ରାୟଗଡ଼ା, କଳାହାଣ୍ଡି. ଯାଜପୁର, ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୩୦କୁ ବୃଦ୍ଧି ପାଇଛି ।

ରାଜ୍ୟରେ ଗତକାଲି ସୁଦ୍ଧା ମୋଟ୍ ୯୯୦୦୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୭୨୭୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୩୦ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ଜଣ ୧୦୬୮୨ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୬୭୫୨୪୮୮ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ବିଦ୍ୟୁତ ଖୁଣ୍ଟରେ ପିଟିହୋଇ ବାଇକ ଚାଳକ ମୃତ

ଭୁବନ,୨୯/୧୧/୨୦୨୧(ଓଡ଼ିଶା ସମାଚାର)- ଆଜି ସକାଳ ୮ ଘଟିକା ସମୟରେ ଜଣେ ବାଇକ ଚାଳକ ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟରେ ପିଟିହୋଇ …

Leave a Reply

Your email address will not be published. Required fields are marked *