Sunday , December 5 2021
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୧୦୭ କରୋନା ସଂକ୍ରମିତ ଚିହ୍ନଟ – ୬୭ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୧୦୭ କରୋନା ସଂକ୍ରମିତ ଚିହ୍ନଟ – ୬୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୨/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତାଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୧୦୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪୬ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୪୬୧ ଜଣ ସ୍ଥାନୀୟ  ସଂକ୍ରମିତ । ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୪ଜଣ, ବାଲେଶ୍ୱର ଜିଲ୍ଲାରୁ ୬୬ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୩୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୩୦ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୫୩ଜଣ, ଯାଜପୁର ଜିଲ୍ଲାରୁ ୫୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୯୭ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨୯ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୮ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭ଜଣ, ଷ୍ଟେଟ ପୁଲ୍ରୁ ୮୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୧୧୮୨   କୁ ବୃଦ୍ଧି ପାଇଛି ।

ଅନ୍ୟ ପକ୍ଷରେ ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୫ଜଣ ରହିଛନ୍ତି । କେନ୍ଦ୍ରାପଡ଼ା, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ସୋନପୁର, ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, କେନ୍ଦୁଝର, ନୂଆପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା   ୬୬୯୭  କୁ ବୃଦ୍ଧି ପାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୧୧୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୭୩୫୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯୭ କୁ ବୃଦ୍ଧି ପାଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି  । ଆଉ ୧୦୮୫୩ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ  ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୬୮୧୭୨୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।    ଓଡ଼ିଶା ସମାଚାର

About admin

Check Also

ଗୁଳିମାଡ଼ରେ ୩ ଆହତ, ବନ୍ଧୁକ ଛାଡ଼ି ଦୁର୍ବୃତ ଫେରାର

କୁଆଖିଆ, ୦୩/୧୨/୨୦୨୧(ଓଡ଼ିଶା ସମାଚାର)- ହରିପୁର ବଜାରରେ ଗୁଳି ମାଡ଼ । ହରିପୁର ବାଲିପାଟଣା ରୋଡ଼୍ ରେ ଏକ ଜୁଏଲାରୀ ଦୋକାନ …

Leave a Reply

Your email address will not be published. Required fields are marked *